୬ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ପୂର୍ବ କେନ୍ଦ୍ରୀୟ ଏବଂ ତତ୍‌-ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ । ଘନିଭୁତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବ । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ୨୪ ଘଣ୍ଟା ପର୍ଯ୍ୟନ୍ତ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ଜଗତସିଂହପୁର ଏବଂ କେନ୍ଦ୍ରାପଡାରେ ପ୍ରବଳ ବର୍ଷିବ । କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଉପକୂଳ ଓଡିଶାର ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ଗଞ୍ଜାମ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ବର୍ଷା ସମୟରେ ଘଣ୍ଟାପ୍ରତି ୪୫ ରୁ ୫୫ କିମି ବେଗରେ ବହିବ ପବନ । ଝଟ୍‌କା ପବନ ଘଣ୍ଟାପ୍ରତି ୬୫ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ । ୧୨ ରୁ ୧୪ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ନେଇ ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *