ଫେରିଲା ଲକ୍‌ଡାଉନ୍‌

ନାଗପୁର : ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତାର ବୃଦ୍ଧି ପାଉଥିବାରୁ ପରିସ୍ଥିତି ଜଟିଳ ହେଉଥିବା ଦେଖାଯାଇଛି । ଏହାକୁ ଦୃଷ୍ଟିରେ ରଖି ସରକାର ପୁଣି ନାଗପୁରରେ ଏକ ସପ୍ତାହ ପାଇଁ ଲକଡାଉନ ନିୟମ ଲାଗୁ କରିଛନ୍ତି । ମାର୍ଚ୍ଚ ୧୫ ରୁ ୨୧ ଯାଏଁ ପୂରା ନାଗପୁରରେ ଲକଡାଉନ ନିୟମକୁ କଡାକଡି ଭାବେ ପାଳନ କରାଯିବ । ମାତ୍ର ଏହି ସମୟରେ ଜରୁରୀ ସେବା ଓ ସାମଗ୍ରୀ ଦୋକାନ ଗୁଡିକୁ ବନ୍ଦରୁ ବାଦ ଦିଆଯାଇଥିବା ବେଳେ ଅନ୍ୟ ଦୋକାନ ଗୁଡିକ ବନ୍ଦ ରହିବ । ପରିବା , ଫଳ ଓ ଖିର ବୁଥ ଖୋଲା ରହିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି ।

ନାଗପୁରରୁ ବୁଧବାର ୧୭୧୦ ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି । ଏହାସହ ପୂର୍ବରୁ ୧୪ ତାରିଖ ଯାଏଁ ସହରରେ ନାଇଟ କର୍ଫ୍ୟୁ ଲାଗୁ କରାଯାଇଥିଲା । ଏହାସହ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କୋଭିଡ-୧୯ ଭ୍ୟାକ୍ସିନର ପ୍ରଥମ ଡୋଜ ନେଇ ସାରିଛନ୍ତି । ଆଗକୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ଅଧିକାଂଶ ସ୍ଥାନରେ ଲକଡ଼ାଉନ ଲାଗୁ ହୋଇ ପାରେ ବୋଲି ମୁଖ୍ୟମନ୍ତ୍ରୀ ସଙ୍କେତ ଦେଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *