୩ ଓଡ଼ିଆ ଚଳଚ୍ଚିତ୍ରକୁ ଜାତୀୟ ପୁରସ୍କାର : ନିର୍ମାତା, ନିର୍ଦ୍ଦେଶକ ଓ କଳାକାରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ୩ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କୃତ ହୋଇଛି । ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଶଲା ବୁଢ଼ାର ବଦଲା’ କାଲିର ଅତୀତ’କୁ ପୁରସ୍କାର ପ୍ରଦାନ କରାଯାଇଛି । ଅନ୍ୟ ପକ୍ଷରେ ଶ୍ରେଷ୍ଠ କଳା ଓ ସାଂସ୍କୃତିକ ଚଳଚ୍ଚିତ୍ର ଭାବେ ବେଷ୍ଟ ଆର୍ଟ ଆଣ୍ଡ କଲଚର ଫିଲ୍ମ ଭାବେ ‘ଶ୍ରୀକ୍ଷେତ୍ରରୁ ସାହି ଯାତ’କୁ ଜାତୀୟ ଫିଲ୍ମ ପୁରସ୍କୃତ ହୋଇଛି । ଏହି ଅବସରରେ ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ଓ ସମସ୍ତ କଳାକାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ଯୋଗେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିବା ବେଳେ ଏହାର ରାଜ୍ୟ ପାଇଁ ଗୌରବର ବିଷୟ ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *