୧୭ ଜିଲ୍ଲାକୁ ସତର୍କ ! ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୧୭ ଜିଲ୍ଲାକୁ ସତର୍କ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ପାଣିପାଗ ବିଭାର ସୂଚନା ଅନୁସାରେ, ୨୧ ତାରିଖ ଯାଏଁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହି ୧୭ଟି ଜିଲ୍ଲା ଯଥା- ନୂଆପଡା, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା ଓ କଟକ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ତେବେ ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କାରେ ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୮ ଜିଲ୍ଲା ଯଥା- ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇପାରେ ।  ସେହିପରି ମାର୍ଚ୍ଚ ୨୦ ପାଇଁ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୬ଟି ଜିଲ୍ଲାଗୁଡିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା । ଏହି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *