ନବରଙ୍ଗପୁର ବାସୀଙ୍କୁ ମିଳିଲା BSKY ସ୍ମାର୍ଟ ହେଲ୍‌ଥ କାର୍ଡ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ BSKY ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶନିବାର ଦିନ ଭର୍ଚୁଆଲ ମାଧ୍ୟମରେ ଉଭୟ କୋରାପୁଟ ଓ ନବରଙ୍ଗପୁରରେ ଏହି ସେବାର ଶୁଭାରମ୍ଭ କରାଯାଇଛି। ମୁଖ୍ୟମନ୍ତ୍ରୀ ଏହି ଜିଲ୍ଲାରେ ୧୩୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ପିଇବା ପାଣି ଠାରୁ ଆରମ୍ଭ କରି ଯୋଗାଯୋଗ ବ୍ୟବସ୍ଥାର ଉନ୍ନତି ଉପରେ ଗୁରୁତ୍ବ ଦିଆଯାଇଛି । ଗୋଟିଏ ଦିନରେ ୪୫କୋଟି ଟଙ୍କା ଖର୍ଚ୍ଚ ବିନିମୟରେ ୪୯ଟି ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଲୋକାର୍ପିତ କରିବା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହାଦ୍ବାରା ଜିଲ୍ଲାର କୋଣ ଅନୁକୋଣରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଆସିପାରିବ । କୋରାପୁଟର ୧୨ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ନବରଙ୍ଗପୁରର ୧୧ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ସ୍ମାର୍ଟ କାର୍ଡ ପାଇବେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ରାଜ ନେତା ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ହରିଶ୍ଚନ୍ଦ୍ର ବକ୍‌ସିପାତ୍ରଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହିଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ଯାହା ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଛନ୍ତି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *