ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗରେ  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଦୁଃଖଦ ଖବରରେ ସେ ଗଭୀର ଭାବରେ ମର୍ମାହତ ହୋଇଛନ୍ତି । ସେ ଜଣେ ଜନପ୍ରିୟ ନେତା ଭାବରେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ।  ବାଚସ୍ପତି ଭାବେ ଉଚ୍ଚ ସଂସଦୀୟ ପରମ୍ପରା ବଜାୟ ରଖିବା ସହିତ ସବୁ ଦଳର ବିଧାୟକ ମାନଙ୍କ ସମ୍ମାନର ଅଧିକାରୀ ହୋଇପାରିଥିଲେ । ମନ୍ତ୍ରୀ ତଥା ବିଧାୟକ ଭାବରେ ଓଡିଶାର ବିକାଶ ପାଇଁ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି । ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ମଧ୍ୟ ସେ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ପଶ୍ଚିମ ଓଡିଶାରେ ବିଜୁ ଜନତା ଦଳର ସାଂଗଠନିକ କାର୍ଯ୍ୟକ୍ରମକୁ ଦୃଢ ନେତୃତ୍ବ ଦେଇଥିଲେ । ସେବା ଓ ପ୍ରତିବଦ୍ଧତା ତାଙ୍କ ବ୍ୟକ୍ତିତ୍ବର ଅନନ୍ୟ ଦିଗ ଥିଲା ।
ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *