ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ

ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ

ନୂଆଦିଲ୍ଲୀ(ଏଜେନ୍ସି):21.10.23

BREAKING NEWS ODIA 

 ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ । ତାଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତ କରିଛନ୍ତି । ଓଡ଼ିଶାର ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ କାର୍ଯ୍ୟ କରୁଥିଲେ । ତାଙ୍କ ସ୍ଥାନ ଏବେ ରଘୁବର ନେଇଛନ୍ତି । ପ୍ରଫେସର ଶ୍ରୀ ଲାଲ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ହୋଇଥିଲେ । ତାଙ୍କ କାର୍ଯ୍ୟକାଳ ୨୦୨୩ ମେ’ ମାସରେ ଶେଷ ହୋଇଥିଲା । ଏହାପରେ ତାଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଥିଲା । ୬୯ ବର୍ଷୀୟ ଶ୍ରୀ ଦାସ ୨୦୧୪ ଡିସେମ୍ବର ୨୮ରେ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ । ସେ ୨୦୧୯ ଯାଏ ଏହି ପଦରେ ରହିଥିଲେ । ଏହାବାଦ ସେ ବିଜେପିର ରାଜ୍ୟ ସଭାପତି ଭାବେ ମଧ୍ୟ ଦୁଇ ଥର କାର୍ଯ୍ୟ କରିଛନ୍ତି । ଏବେ ସେ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ କାର୍ଯ୍ୟ କରୁଛନ୍ତି । ହେଲେ ଆଜି ତାଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି । ଅନ୍ୟପକ୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତ୍ରିପୁରାର ରାଜ୍ୟପାଳ ଭାବେ ଇନ୍ଦରସେନା ରେଡ୍ଡୀ ନାଲ୍ଲୁଙ୍କୁ ମଧ୍ୟ ନିଯୁକ୍ତି ଦେଇଛନ୍ତି । ଇନ୍ଦରସେନା ହେଉଛନ୍ତି ତେଲେଙ୍ଗାନା ବିଜେପିର ଜଣେ ବରିଷ୍ଠ ନେତା । ସେ ୩ଥର ବିଧାୟକ ମଧ୍ୟ ହୋଇଥିଲେ । ଏଥିସହ ସେ ଏବେ ବିଜେପିର ଜାତୀୟ ସାଧାରଣ ସମ୍ପାଦକ ପଦରେ କାର୍ଯ୍ୟ କରୁଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *