ସାଇଣ୍ଟିଫିକ୍ ଟିମ୍ ହାତରେ ବିଦ୍ୟାଭାରତୀଙ୍କ ଚିଠି

ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ବଡ଼ ଖୁଲାସା । ତଦନ୍ତକାରୀ ସାଇଣ୍ଟିଫିକ୍ ଟିମ୍ ହାତରେ ଲାଗିଛି ଏକ ଗୁରୁତ୍ୱପୂର୍ଣ୍ଣ ଚିଠି । ଏହି ଚିଠି ବିଦ୍ୟାଭାରତୀ ଲେଖିଥିବା ଜଣାପଡିଛି । ପୃଥିବୀରେ ମୁଁ ତମକୁ ସବୁଠାରୁ ଅଧିକ ଘୃଣା କରେ । ହେ ପ୍ରଭୁ ସବୁ ଭୁଲକୁ କ୍ଷମା କର । ମୋ ଜୀବନକୁ ନଷ୍ଟ ହେବାକୁ ଦିଅନାହିଁ । କେମିତି ଆଉ ୩ ଦିନ କଟିବ ୧୨ ତାରିଖରୁ ୧୫ ତାରିଖ ପରେ ଶାନ୍ତିରେ ରହିବି ବୋଲି ଚିଠିରେ ଲେଖାହୋଇଛି । ମୁଁ ଏହି ଲୋକକୁ ସବୁଠାରୁ ଅଧିକ ଘୃଣା କରେ । ମୋ ନାଁକୁ ଏହି ଲୋକ ସହ ଯୋଡିବାକୁ ମଧ୍ୟ ମୋତେ ଖରାପ ଲାଗୁଛି । ଗୋଟିଏ ଭୁଲ ନିଷ୍ପତ୍ତି କେମିତି ଜୀବନ ନଷ୍ଟ କରିଦିଏ । ପ୍ଲିଜ ମୋତେ କ୍ଷମା କରିଦିଅ । ଜୀବନସାରା ପାଇଁ କଷ୍ଟ ଦେଖିପାରିବିନି । ମୁଁ କାହାର କେବେ କ୍ଷତି କରିନି । କେବେ କାହାର କ୍ଷତି ଚାହିଁନି ବୋଲି ଚିଠିରେ ଲେଖା ହୋଇଛି । ଯାହାକୁ ନେଇ ଏବେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ସୌମ୍ୟରଞ୍ଜନଙ୍କ ସହ ଝଗଡ଼ା ହେଲେ ନିଜର ମନର କୋହକୁ ସେ ଏଭଳି ଲେଖି ଦେଇଥିଲେ ବୋଲି ବିଦ୍ୟାଭାରତୀ କହିଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *