ବୃଦ୍ଧାଶ୍ରମରେ ଚକ୍ଷୁ ଓ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର କରି ଜନ୍ମଦିନ ପାଳିଲେ ଆକାଶ

ଭୁବନେଶ୍ୱର: ଓଡିଆ ସିନେ ଜଗତର ଲୋକପ୍ରିୟ ଅଭିନେତା, ଓଡ଼ିଶା ସରକାରଙ୍କ ‘ମୋ କଲେଜ ଅଧ୍ୟକ୍ଷ’, ଉଡ୍ର ଚାରିଟେବୁଲ୍ ଟ୍ରଷ୍ଟର ଉପଦେଷ୍ଟା ଆକାଶ ଦାସନାୟକଙ୍କ ଆଜି ଜନ୍ମଦିନ ସେପ୍ଟେମ୍ବର ୧୭ । ପ୍ରତିବର୍ଷ ଆକାଶ ଦାସନାୟକ ତାଙ୍କର ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କରିଆସୁଛନ୍ତି । ସେ ପ୍ରତିବର୍ଷ ତାଙ୍କ ଜନ୍ମଦିନ ଅନାଥ ଆଶ୍ରମର କୁନି କୁନି ପିଲା, ସେବାଶ୍ରମ, ବୃଦ୍ଧାଶ୍ରମର ଅନ୍ତେବାସୀଙ୍କ ସହିତ ପାଳନ କରି ଆସୁଛନ୍ତି । ଏହି ବର୍ଷ ଭୁବନେଶ୍ୱର ସ୍ଥିତ ‘ଶ୍ରୀକୃଷ୍ଣା ବୃଦ୍ଧାଶ୍ରମ’ରେ ତାଙ୍କ ଜନ୍ମଦିନ ପାଳନ କରିଛନ୍ତି । ଆକାଶଙ୍କ ଜନ୍ମଦିନ ଉପଲକ୍ଷେ ‘ଉଡ୍ର ଚାରିଟେବୁଲ୍ ଟ୍ରଷ୍ଟ’ ଏହି ବୃଦ୍ଧାଶ୍ରମର ଅନ୍ତେବାସୀଙ୍କ ଚକ୍ଷୁ ଓ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର ଆୟୋଜନ କରାଯାଇଥିଲା । ଚକ୍ଷୁ ଓ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ଆବଶ୍ୟକ ଉପକରଣ ଓ ଔଷଧ ଦିଆଯାଇଥିଲା । ‘ଶ୍ରୀ ହସ୍ପିଟାଲ’ର ଡାକ୍ତର, ‘ଭୂମିକା ଚକ୍ଷୁ ଚିକିତ୍ସାଳୟ’ର ଡାକ୍ତର, CYTOPOT ଡାକ୍ତର ଏହି ଚକ୍ଷୁ ଓ ସ୍ୱାସ୍ଥ୍ୟ ଚିକିତ୍ସା ଶିବିରକୁ ସହଯୋଗ କରିଥିଲେ । ଜନ୍ମଦିନରେ ବୃଦ୍ଧାଶ୍ରମର ଅନ୍ତେବାସୀଙ୍କ ମୁହଁରେ ଟିକେ ହସ ଫୁଟାଇବା ପାଇଁ ଆକାଶଙ୍କର ଏହା ଥିଲା ଏକ ନିଆରା ପ୍ରୟାସ । ଶ୍ରୀକୃଷ୍ଣା ବୃଦ୍ଧାଶ୍ରମ’ର ଅନ୍ତେବାସୀମାନେ ତାଙ୍କ ଜନ୍ମଦିନ ଉପଲକ୍ଷେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ଆକାଶଙ୍କ ଦୀର୍ଘଜୀବନ ପାଇଁ ଠାକୁରଙ୍କ ପାଖରେ ଶୁଭ ମନାସୀ ଥିଲେ ଏବଂ କେକ୍ କାଟି ଜନ୍ମଦିନ ଶୁଭେଚ୍ଛା ଜଣାଇଥିଲେ । ଆକାଶ ବୃଦ୍ଧାଶ୍ରମର ଅନ୍ତେବାସୀଙ୍କ ସହ ଖୁସି ବାଣ୍ଟିଥିଲେ । ସେ କହିଥିଲେ ‘ଖୁସି ବାଣ୍ଟିଲେ ଖୁସି ବଢ଼େ’ । ଆକାଶଙ୍କର ସିନେ ପ୍ରଶଂସକ, ରାଜନୈତିକ ପ୍ରଶଂସକ, ବୁଦ୍ଧିଜୀବୀ ମହଲରୁ ଜନ୍ମଦିନର ଶୁଭେଚ୍ଛା ଓ ଶୁଭକାମନାର ସୁଅ ଛୁଟିବାରେ ଲାଗିଛି । ଅନେକ ବିଶିଷ୍ଟ ବ୍ୟକ୍ତି ଆକାଶଙ୍କୁ ତାଙ୍କର ଜନ୍ମଦିନ ଉପଲକ୍ଷେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ଆକାଶ ମଧ୍ୟ ତାଙ୍କ ଜନ୍ମଦିନରେ ସମସ୍ତଙ୍କୁ ବାର୍ତ୍ତା ଦେଇ ଅନୁରୋଧ କରିଛନ୍ତି ଯେ, ସମସ୍ତେ ସେମାନଙ୍କର ଛୋଟ ପିଲାମାନଙ୍କୁ ଘରେ ରଖନ୍ତୁ, ମାସ୍କ ବ୍ୟବହାର କରନ୍ତୁ, ସମଦୂରତ୍ୱ ରକ୍ଷା କରନ୍ତୁ, ଜରୁରୀ କାମ ଥିଲେ ପିଲାମାନଙ୍କୁ ବାହାରକୁ ଯିବା ପାଇଁ ଅନୁମତି ଦିଅନ୍ତୁ, କୋଭିଡ୍ ମହାମାରୀରୁ ରକ୍ଷା ପାଆନ୍ତୁ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *