ଭୁବନେଶ୍ୱରରେ ସ୍ଥାନାନ୍ତରିତ ହେବ ହାଟ

ଭୁବନେଶ୍ୱର : ସାରାଦେଶରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ମଧ୍ୟ ଦିନକରେ ୬୦୦୦ରୁ ଅଧିକ ପଜିଟିଭ କେସ ସାମ୍ନାକୁ ଆସୁଛି । କୋଭିଡ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ନାଇଟ କର୍ଫ୍ୟୁ ଏବଂ ସପ୍ତାହନ୍ତ ସଟଡାଉନ ଭଳି ପଦକ୍ଷେପ ଗ୍ରହଣ କରୁଛନ୍ତି ।

ତେବେ ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତବର୍ଷ ଭଳି ଭୁବନେଶ୍ୱରରେ ଥିବା ପ୍ରମୁଖ ହାଟଗୁଡିକୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ନିଷ୍ପତ୍ତି ନେଇଛି ବିଏମସି । ୟୁନିଟ-୧ ହାଟ ୟୁନିଟ-୧ ହାଇସ୍କୁଲ ପଡିଆକୁ ସ୍ଥାନାନ୍ତରିତ ହେବ । ବ୍ରହ୍ମେଶ୍ୱର ହାଟ ବ୍ରହ୍ମେଶ୍ୱର ମେଳଣ ପଡିଆକୁ ହେବ ସ୍ଥାନାନ୍ତର । ଳିଙ୍ଗରାଜ ହାଟ ବିଏମସି ମାର୍କେଟ କମ୍ପେ୍ଲକ୍ସକୁ ଉଠିଯିବ ଆଜିଠୁ ୟୁନିଟ-୪ ହାଟ ଶାସ୍ତ୍ରୀନଗର ଓ ରେଡକ୍ରସ ସମ୍ମୁଖ ରାସ୍ତାକୁ ଉଠିଲା ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *