ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୬୭୯୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୬୭୯୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୧୧ ହଜାର ୭୮୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୮୨ ଜଣ ରହିଛନ୍ତି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୯୫୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୪୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୬୩ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୫୧୧୦୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୧୧ ହଜାର ୭୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୭୭୭୭୩୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

 
Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *