‘ତାଳଧ୍ୱଜ’ରେ ବସିଲେ ପ୍ରଭୁ ବଳଭଦ୍ର

ପୁରୀ: ସମସ୍ତ ନୀତିକାନ୍ତିରେ ଚାଲିଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଛି ଚତୂର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି । ପ୍ରଥମ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ପରେ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀ ବଳଦେବଙ୍କ ପହଣ୍ଡିବିଜେ ନୀତି । ଧାଡି ପହଣ୍ଡି ନୀତିରେ ସେବାୟତ ମାନେ ପ୍ରଭୁ ଶ୍ରୀ ବଳଦେବଙ୍କୁ ରତ୍ନବେଦୀରୁ ରଥକୁ ଘେନି ଆଣିଛନ୍ତି । ପ୍ରଭୁ ବଳଭଦ୍ର ଇତି ମଧ୍ୟରେ ରଥାରୁଢ଼ ହୋଇସାରିଛନ୍ତି । ଏହା ପୂର୍ବରୁ ଶ୍ରୀସୁଦର୍ଶନ ରଥ ଉପରେ ବିରାଜମାନ କରିସାରିଛନ୍ତି । ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଶ୍ରୀନଅରରୁ ଝୁଲିଝୁଲି ରଥରେ ବିରାଜମାନ ହେବାପାଇଁ ଆସିବାର ଦୃଶ୍ୟରେ ବିମୋହିତ କରିଛି । ବଳଭଦ୍ରଙ୍କ ପରେ ଶ୍ରୀନଅରରୁ ପହଣ୍ଡିରେ ବାହାରିବେ ମା ସୁଭଦ୍ରା । ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ  ପହଣ୍ଡିରେ ବାହାରିବେ । ଶେଷରେ ଭକ୍ତଙ୍କୁ ନ ପାଇ ମନକୁ ମାରି ରତ୍ନବେଦୀରୁ ଓହ୍ଲାଇ ଆସିବେ ଶ୍ରୀ ଶ୍ରୀ ଜଗନ୍ନାଥ, ତଥାପି ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣ ରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥାଆଡକୁ ଅଗ୍ରସର ହେବେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *