ସ୍ତ୍ରୀ ଶବ ନେଇ ଫେରିବାବେଳେ ଆମ୍ବୁଲାନ୍ସ ଦୁର୍ଘଟଣାରେ ସ୍ୱାମୀ ମୃତ

ବଲାଙ୍ଗୀର: ବୁର୍ଲାରୁ ଶବ ନେଇ ଫେରୁଥିବା ବେଳେ ଆମ୍ବୁଲାନ୍ସ ଦୁର୍ଘଟଣା। ଦୁର୍ଘଟଣାରେ ମୃତ ମହିଳାଙ୍କ ସ୍ୱାମୀଙ୍କ ମୃତ୍ୟୁ। ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଥାନା ଅନ୍ତର୍ଗତ ପାଟଣାଗଡ-ପଦ୍ମପୁର ରାସ୍ତାର ଝୁଲେନବର ଓ ପାଢେଲ ଗ୍ରାମ ନିକଟରେ ବୁର୍ଲାରୁ ଜଣେ ମହିଳାଙ୍କ ମୃତଦେହ ଧରି ଫେରୁଥିବା ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣା ଗ୍ରସ୍ତ ଆମ୍ବୁଲାନ୍ସରୁ ୨ଟି ମୃତ ଦେହ ଉଦ୍ଧାର ହୋଇଛି। ତେବେ ଆଜି ସକାଳୁ ଭାରସାମ୍ୟ ହରାଇ ଆମ୍ବୁଲାନ୍ସଟି ଦୁର୍ଘଟଣା ଘଟିଥିବା ଜଣାପଡିଛି। ମୃତକ ୨ ଜଣ ହେଲେ ତୁରେକେଲା ବ୍ଲକ ଅନ୍ତର୍ଗତ ଲର୍କି ଗ୍ରାମର ବିପିନ ସେଠ ଏବଂ ତାଙ୍କ ପତ୍ନୀ ସାଏବାନୀ ସେଠ। 

ସାଏବାନୀ ପାରାଲିସିସ ରୋଗରେ ପୀଡିତ ଥିଲେ ଏବଂ ଗତ କିଛି ଦିନ ହେବ ବୁର୍ଲା ଡାକ୍ତରଖାନାରେ ଚିକିତ୍ସତ ହେଉଥିଲେ। ଗତକାଲି ଚିକିତ୍ସତ ଅବସ୍ଥାରେ ବୁର୍ଲା ମେଡିକାଲରେ ତାଙ୍କର ମୃତ୍ୟୁ ହୋଇଥିଲା। ସ୍ତ୍ରୀ ସାଏବାନୀଙ୍କ ମୃତଦେହକୁ ନେଇ ତାଙ୍କ ସ୍ୱାମୀ ବିପିନ ଏକ ଆମ୍ବୁଲାନ୍ସ ଯୋଗେ ନିଜ ଗାଁକୁ ଫେରୁୁଥିବା ସମୟରେ ଆମ୍ବୁଲାନ୍ସ ଏକ ଗଛରେ ପିଟି ହୋଇ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ଫଳରେ ଆମ୍ବୁଲାନ୍ସ ଆଗ ପଟେ ବସିଥିବା ବିପିନଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଆମ୍ବୁଲାନ୍ସ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଛି। ଖବର ପାଇ ପାଟଣାଗଡ ପୋଲିସ ଏବଂ ଦମକଳ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ସ୍ୱାମୀ ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ ହୋଇଛି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *