ବିଜୁ ମହିଳା ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର : କରୋନା ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ ବିଜେଡି ରାଜ୍ୟ କାର୍ୟ୍ୟାଳୟରେ ଆୟୋଜିତ ହୋଇଛି ରକ୍ତଦାନ ଶିବିର । କୋଭିଡ୍‌-୧୯ ଗାଇଡଲାଇନ୍‌କୁ ପାଳନ କରି ବିଜୁ ମହିଳା ଜନତା ଦଳ ପକ୍ଷରୁ ‘ଜୀବନ ବିନ୍ଦୁ’ ଓ ‘ମୋ ପରିବାର’ ସହଯୋଗରେ ଆଜି ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ କେବଳ ମହିଳାମାନେ ରକ୍ତଦାନ କରିଛନ୍ତି ଓ ୭୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇ ପାରିଛି । ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ତଥା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି ଯେ, ମାନବ୍ୟର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏବେ ରାଜ୍ୟବ୍ୟାପୀ ଦଳ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ ହେଉଥିବାବେଳେ ଆଗାମୀ ଦିନରେ ବିଜୁ ମହିଳା ଜନତା ଦଳ ଦ୍ୱାରା ରାଜ୍ୟର ସମସ୍ତ ଜିଲ୍ଲାରେ ବ୍ୟାପକ ଭାବେ କେବଳ ମହିଳାଙ୍କୁ ନେଇ ରକ୍ତଦାନ ଶିବିର ଆୟୋଜନ କରାଯିବାକୁ ନିଷ୍ପତ୍ତି ହୋଇଛି ।

ଏହି କାର୍ୟ୍ୟକ୍ରମରେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବିଜେଡି ଉପସଭାପତି ଉଷା ଦେବୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଓ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ବିଧାୟକ ପ୍ରଣବ ବଳବନ୍ତରାୟ, ଯୁବ ବିଜେଡି ସଭାପତି ତଥା ବିଧାୟକ ବ୍ୟୋମକେଶ ରାୟ, ‘ଓଡ଼ିଶା-ମୋ ପରିବାର’ର ଆବାହକ ଅରୂପ ପଟ୍ଟନାୟକ ପ୍ରମୁଖ ସାମିଲ ହୋଇ ମହିଳାମାନଙ୍କୁ ଉତ୍ସାହିତ କରିଥିଲେ।

ଏହି କାର୍ୟ୍ୟକ୍ରମରେ ମିଶନଶକ୍ତି ଉପଦେଷ୍ଟା ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା(ମହିଳା ସଶକ୍ତିକରଣ) ଡଃ ଲୋପାମୁଦ୍ରା ବକ୍ସିପାତ୍ର, ଓଟିଡିସି ଅଧ୍ୟକ୍ଷା ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଓ ମୁଖପାତ୍ର ଶ୍ରୀମୟୀ ମିଶ୍ର, ବିଜୁ ମହିଳା ଜନତା ଦଳର କାର୍ୟ୍ୟକାରୀ ସଭାନେତ୍ରୀ ସୁଲତା ଦେଓ, ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଡଃ ଗୀତାଞ୍ଜଳି ବସ୍ତିଆ, ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ସୁମିତ୍ରା ଜେନା, ବିଜୁ ମହିଳା ଜନତା ଦଳର ମହାସଚିବ କସ୍ତୁରୀ ମହାପାତ୍ରଙ୍କ ସମେତ ବିଜୁ ମହିଳା ଜନତା ଦଳର ଅଧିକାଂଶ ରାଜ୍ୟ କର୍ମକର୍ତ୍ତା ଓ ବିଜେଡି ପରିବାରର ବହୁ ସଦସ୍ୟ ଉପସ୍ଥିତ ଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *