ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ବାଇକ, ଦୁଇ ବାଇକ ଆରୋହି ମୃତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ମାଦିନାଟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ଦୁଇଜଣ କୁଟିକିଆ ଅଞ୍ଚଳର ସୁନିଲ ଦିଗାଳ ଓ ସୁମନ୍ତ ବେହେରଦଳାଇ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଦୁଇଜଣ ଯୁବକ ବାଲିଗୁଡ଼ାରୁ କୁଟିକିଆ ଯାଉଥିବା ବେଳେ ମାଦିନାଟ ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଫଳରେ ଦୁଇଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଆଜି ସକାଳୁ ଘଟଣା ସମ୍ପର୍କରେ ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *