ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ବୌଦ୍ଧରେ ହେବ କୁଲିଂ ପ୍ଲାଣ୍ଟ

ଭୁବନେଶ୍ୱର: ବୌଦ୍ଧ ଜିଲ୍ଲାରେ ବି ଆସିଲା ସ୍ୱାସ୍ଥ୍ୟସେବାରେ ବିପ୍ଲବ । ଭିଡିଓ କନଫରେନ୍ସିଂ ଜରିଆରେ ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୧ ଲକ୍ଷ ୮ ହଜାର ୫ ଶହ ୫୫ ପରିବାରର ୩ ଲକ୍ଷ ୭୨ ହଜାର ୩ ଶହ ୮୭ ଜଣ ହିତାଧିକାରୀ ଏହା ଦ୍ୱାରା ଉପକୃତ ହେବେ । ଏ ଅବସରରେ ବୌଦ୍ଧର ଦୁଗ୍ଧ ଚାଷୀଙ୍କୁ ପ୍ରଂଶସା କରିଛନ୍ତି ନବୀନ । ଦୁଗ୍ଧ ଉତ୍ପାଦନ ବଢ଼ାଇବାକୁ ଜିଲ୍ଲାରେ କୁଲିଂ ପ୍ଲାଣ୍ଟ ଖୋଲାଯିବ ବୋଲି ମୁଖମନ୍ତ୍ରୀ ଘୋଷଣା କରିଛନ୍ତି । ଏ ଅବସରର ବିଏସକେୱାଇ ସ୍ମାର୍ଟ କାର୍ଡ ବୈଶିଷ୍ଟ୍ୟତା ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତିଟି ଜୀବନ ମୋ ପାଇଁ ମୂଲ୍ୟବାନ, ମୁଁ ଚାହେଁ ସମସ୍ତେ ସୁସ୍ଥ ରହୁନ୍ତୁ । ଚିକିତ୍ସା ପାଇଁ କେହି ଜମିବାଡ଼ି ନ ବିକନ୍ତୁ ଅବା ପିଲାଙ୍କ ପାଠପଢ଼ାରେ ଡୋରି ନ ଲାଗୁ । ମୁଖ୍ୟମନ୍ତ୍ରୀ ବିଏସକେୱାଇ କାର୍ଡ ବଣ୍ଟନ ସହ ବୌଦ୍ଧ ଜିଲ୍ଲା ପାଇଁ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି ।

୨୩ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିବା ସହ ୪୬୩ କୋଟିର ନୂତନ ପ୍ରକଳ୍ପ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱାସ୍ଥ୍ୟ ସେବାର ସ୍ମାର୍ଟ ଇତିହାସରେ ସାମିଲ ହେଉଛି ଗୋଟିଏ ପରେ ଗୋଟିଏ ଜିଲ୍ଲା । ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢ଼େ ତିନି କୋଟି ଲୋକ ଉପକୃତ ହେବେ । କେବଳ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ପାଇ ପାରିବେ ଉନ୍ନତ ଚିକିତ୍ସା । ସେହିଭଳି କେନ୍ଦ୍ର ସରକାର ଉଜ୍ଜ୍ୱଳା ଯୋଜନା ନେଇ ଲୋକଙ୍କୁ ମଛ ସଫଳତାର କାହାଣୀ ଶୁଣାଉଥିବା କହିଛି ବିଜେଡି । ଗରିବ ଓ ଅବହେଳିତ ବର୍ଗର ମହିଳାଙ୍କୁ ଆଉ ଚୁଲି ମୁଣ୍ଡକୁ ଯାଇ ଧୂଆଁରେ ରୋଷେଇ କରିବାକୁ ପଡ଼ିବ ନାହିଁ ବୋଲି କେନ୍ଦ୍ର କହିଥିଲା । ମାତ୍ର ଗ୍ୟାସର ଦରବୃଦ୍ଧି ଯୋଗୁଁ ଅଧିକାଂଶ ଉଜ୍ଜ୍ୱଳା ହିତାଧିକାରୀ ସିଲିଣ୍ଡର ରିଫିଲିଂ କର ନପାରି ପୁଣି ଚୁଲି ମୁଣ୍ଡକୁ ଫେରି ଯାଇଛନ୍ତି । କେନ୍ଦ୍ର ସରକାରଙ୍କ ପ୍ରତିଶ୍ରୁତି ଯେ ଫମ୍ପା ଥିଲା, ଲୋକେ ବୁଝି ସାରିଲେଣି । ତେଣୁ, ଦଳମତ ନିର୍ବିଶେଷରେ ମହିଳାମାନେ ବି ହଜାର ହଜାର ସଂଖ୍ୟାରେ ରାସ୍ତାକୁ ଓହ୍ଲାଇଛନ୍ତି । ଆଗାମୀ ଦିନରେ ମହିଳାମାନେ ଏହାର ଉଚିତ୍ ଜବାବ ଦେବେ । ବିଜେଡି ସାଢ଼େ ଚାରିକୋଟି ଓଡ଼ିଆଙ୍କ ସ୍ୱାର୍ଥ ରକ୍ଷା ପାଇଁ କାମ କରି ଆସୁଛି । ୨୨, ୨୩ ଓ ୨୪ ତିନିଦିନ ଧରି ଦଳ ପକ୍ଷରୁ ଦିଆ ଯାଇଥିବା ଆନ୍ଦୋଳନ ଡାକରାରେ ରାଜ୍ୟବ୍ୟାପୀ ବିପୁଳ ସମର୍ଥନ ମିଳିଛି । ମହିଳାଙ୍କ ଠାରୁ ନେଇ ଯୁବକ, ଛାତ୍ର ଓ ଜନସାଧାରଣ ଆନ୍ଦୋଳନକୁ ସଫଳ କରାଇଛନ୍ତି । ଏଥିସହ କେନ୍ଦ୍ର ସରକାର ଆସନ୍ତା ୩୦ ତାରିଖ ସୁଦ୍ଧା ଗ୍ୟାସ୍ ଦର କମାଇବା ଲାଗି ପଦକ୍ଷେପ ନନେଲେ ବିଜେଡି ସାରା ରାଜ୍ୟରେ ଆନ୍ଦୋଳନକୁ ଆହୁରି ଜୋରଦାର କରିବ ବୋଲି ଚେତାବନୀ ଦେଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *