ବଦଳିଲେ ବିଏମସି କମିଶନର

ଭୁବନେଶ୍ୱର: ବଦଳିଲେ ବିଏମସି କମିଶନର | ବର୍ତ୍ତମାନ ଭୁବନେଶ୍ୱର ମହାନଗର ନିଗମର କମିଶନର ଭାବେ ଥିବା ପ୍ରେମଚନ୍ଦ୍ର ଚୌଧୁରୀଙ୍କ ବଦଳରେ ୧୯୯୭ ବ୍ୟାଚର ଆଇଏଏସ ଅଫିସର ସଞ୍ଜୟ କୁମାର ସିଂହଙ୍କୁ ବିଏମସି କମିଶନର ଭାବେ ବଦଳି କରାଯାଇଛି | ବର୍ତ୍ତମାନ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ସଚିବ ଥିବା ସଞ୍ଜୟ କୁମାର ସିଂହଙ୍କୁ ବିଏମସି କମିଶନର ସହ ବିଡିଏ ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି |

ବିଡିଏ ଉପାଧ୍ୟକ୍ଷ ସହ ସ୍ମାର୍ଟ ସିଟି ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି |ବିଏମସି କମିଶନର ଥିବା ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ବଦଳି କରାଯାଇଛି | ସେହିପରି ବରିଷ୍ଠ ଆଇଏଏସ ହେମନ୍ତ ଶର୍ମାଙ୍କୁ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି | ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବାବେଳେ ଡ଼.କ୍ରିଷନ କୁମାରଙ୍କୁ ଇଡ଼କୋ ସିଏମଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି |

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *