ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର : କରୋନା ମହାମାରୀ ସଂକ୍ରମଣ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କର ସ୍ୱାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରହିବ । ତଦନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମେ’ ୧୮ରୁ ଆରମ୍ଭ ହେବାକୁ ଥିବା ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । କୋଭିଡ-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଗୁରୁବାର ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଜୁନ୍ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ୩ ମେ’୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ । ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ । ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ ।

ବର୍ତ୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ୱାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା୧୯ ।୪ ।୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ । ଏହି ନିଷ୍ପତ୍ତି ଓଡିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ । ସେହିପରି ସିବିଏସ୍‌ଇ ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟ ସହ ସହବନ୍ଧିତ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ନିମନ୍ତେ ୧୪ ।୪ ।୨୧ରୁ ସିବିଏସ୍‌ଇ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ । ଆସନ୍ତା ୧୯ ।୪ ।୨୧ ଠାରୁ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ସେମାନଙ୍କ ଦ୍ୱାରା ପରିଚାଳିତ ହଷ୍ଟେଲ ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *