ଦେବଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ୱ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ମହାମାରୀର ମୁକାବିଲା ପାଇଁ ସମସ୍ତଙ୍କ ସହଯୋଗ ଦରକାର। ଏ ଦିଗରେ ବେସରକାରୀ ଚିକିତ୍ସାଳୟ ମାନଙ୍କ ସହିତ କର୍ପୋରେଟ୍‌ ସେକ୍ଟର, ରାଜ୍ୟ ଓ କେନ୍ଦ୍ର ସରକାରଙ୍କ PSU ମାନେ ଆଗେଇ ଆସିବା ଖୁସିର କଥା। ତେଣୁ ସମସ୍ତେ ନିଜ ନିଜ ସ୍ତରରେ ମୁକାବିଲା କରିବା ପାଇଁ କାମ କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କରୋନା ସଂକଟରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର। ଦେବଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିଛନ୍ତି।

ଏଥିରେ ଶିଶୁ ଶଯ୍ୟା ସହିତ ୧୨ଟି ICU, ୩୨ଟି HDU, ସ୍ୱତନ୍ତ୍ର ଶିଶୁ ୱାର୍ଡ ସହିତ ସମସ୍ତ ଅତ୍ୟାଧୁନିକ ଚିକିତ୍ସା ଉପକରଣ ଓ ପରୀକ୍ଷାଗାରର ସୁବିଧା ରହିଛି। ଏଥିସହ ରାଜ୍ୟର ୩୦ଟି ଜିଲ୍ଲାରେ ଅକ୍‌ସିଜେନ ବ୍ୟବସ୍ଥା ସହିତ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରାଯାଇଛି। କୋଭିଡ ପରିଚାଳନାରେ ରାଜ୍ୟ ସରକାରଙ୍କ ନୀତି ହେଉଛି, ସବୁ ଜୀବନ ମୂଲ୍ୟବାନ। ଟିକା ଆମକୁ ସୁରକ୍ଷା ଦେବ। କିନ୍ତୁ ସଂପୂର୍ଣ୍ଣ ସୁରକ୍ଷା ପାଇଁ କୋଭିଡର ସବୁ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ରାଜ୍ୟରେ ଟିକା ଉତ୍ପାଦନ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଶଂସା କରିଛନ୍ତି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *