ଚାଷୀଙ୍କ ସାଥିରେ ରହିଛି, ସେମାନଙ୍କ ପାଇଁ କାମ କରୁଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଉଦ୍‌ଘାଟିତ ହେଲା କୃଷି ଓଡିଶା । ଭୁବନେଶ୍ୱର ବରମୁଣ୍ଡା ପଡିଆରେ ଉଦ୍‌ଘାଟିତ ହୋଇଯାଇଛି ରାଜ୍ୟସ୍ତରୀୟ ୫ ଦିନିଆ କୃଷି ପ୍ରଦର୍ଶନୀ । ୧୫ ମାର୍ଚ୍ଚରୁ ୧୯ ତାରିଖ ଯାଏଁ ଚାଲିବାକୁ ଥିବା ଏହି କୃଷି ମହାକୁମ୍ଭକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୃଷି ପ୍ରଦର୍ଶନୀ କୃଷି ଓଡିଶାକୁ ଭର୍ଚୁଆଲ ମୋଡ଼ରେ ଉଦଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ‘ଚାଷୀଙ୍କ ସାଥିରେ ରହିଛି , ସେମାନଙ୍କ ପାଇଁ କାମ କରୁଛି । ରାଜ୍ୟର ମିଲେଟ ମିଶନ ସାରା ଦେଶରେ ଉଦାହରଣ ସାଜିଛି । ଏହାସହ କଳାହାଣ୍ଡିର ମତ୍ସ୍ୟ ଚାଷୀ ଦେଶରେ ସ୍ୱତନ୍ତ୍ର ପରିଚୟ ଲାଭ କରିଛନ୍ତି । ଚାକିରୀ ଛାଡି ଯୁବବର୍ଗ ଚାଷକୁ ଆପଣାଇ ଆତ୍ମନିର୍ଭର ହୋଇ ପାରୁଛନ୍ତି ବୋଲି କହିଛନ୍ତି । କୃଷି ଓଡିଶା ଉଦଘାଟନ ଅବସରର ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି କରୋନା ଆର୍ôଥକ ସ୍ଥିତି ବିଗାଡି ଦେଇଥିବାବେଳେ ସଞ୍ଜିବନୀ ଭାବେ ଉଭା ହୋଇଛି କୃଷି । କୃଷିଙ୍କ ଉନ୍ନୟନ ପାଇଁ ରାଜ୍ୟ ସରକାର ୨୦ ହଜାର କୋଟି ଋଣ ଯୋଗାଇଛନ୍ତି । ସରକାରୀ ଯୋଜନାର ସୁଯୋଗ ନେବା ସହ ନୂତନ ବୈଷୟିକ କୌଶଳର ଲାଭ ଉଠାଇବା ପାଇଁ ପରାମର୍ଶ ଦେଇଛନ୍ତି । କୃଷି ଓଡିଶା ଚାଷୀଙ୍କର ସମାବେଶ । ଚାଷୀଙ୍କ ଦକ୍ଷତା ବିକାଶ ପାଇଁ ଏହି ସମାବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଫିକି ଆନୁକୂଲ୍ୟରେ ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଆୟୋଜିତ ଏହି ମେଗା କୃଷି ପ୍ରଦର୍ଶନୀ ମାର୍ଚ୍ଚ ୧୫ରୁ ୧୯ ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମରେ ୧୦ଟି ବିଷୟବସ୍ତୁକୁ ନେଇ ପାଠଶାଳା ଆୟୋଜନ କରାଯିବ । ଚାଷୀ, କୃଷି ଉଦ୍ୟୋଗୀ ଏବଂ କୃଷି ବିଜ୍ଞାନୀମାନଙ୍କୁ ନେଇ ଆଲୋଚନାଚକ୍ର ଅନୁଷ୍ଠିତ ହେବ । କୃଷି ଓଡ଼ିଶାରେ ଏଥର ୧୬୦ଟି ମଣ୍ଡପରେ କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ଜଳଛାୟା ମିଶନ, ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ଆଦି ବିଭାଗ ପକ୍ଷରୁ ପ୍ରଦର୍ଶନୀ କରାଯାଉଛି । ଏଥର କୃଷି ଓଡ଼ିଶାରେ ମିଲେଟ୍ ମିଶନ୍ ଏବଂ ମିଶନ ଶକ୍ତି ପକ୍ଷରୁ ସ୍ୱତନ୍ତ୍ର ପ୍ରଦର୍ଶନୀ କରାଯାଉଛି । ଏହି ପ୍ରଦର୍ଶନୀରେ ବିଭିନ୍ନ ଜିଲ୍ଲାରୁ ୫ ଶହ ଚାଷୀ ଯୋଗଦେଇଥିବା ବେଳେ ପ୍ରଦର୍ଶନୀରେ ୧୬୦ଟି କୃଷି ମଣ୍ଡପ ସ୍ଥାନ ପାଇଛି । ବୈଷୟିକ ଜ୍ଞାନକୌଶଳ, ନୂଆ ନୂଆ କୃଷି ଯନ୍ତ୍ରପାତି ଏବଂ ବଜାର ସୁବିଧା ସମ୍ପର୍କରେ ସୂଚନା ଦେବା ପାଇଁ ପ୍ରତିବର୍ଷ ‘କୃଷି ଓଡ଼ିଶା’ ଆୟୋଜନ କରାଯାଉଛି । ଏ ବର୍ଷ କୃଷି ଓଡ଼ିଶାର ଥିମ୍ – ସମନ୍ୱିତ ଚାଷ : ଚାଷୀଙ୍କ ବିକାଶ ରହିଥିବା ବେଳେ ମାସ୍କଟ୍ ରହିଛି ‘ପାଳଛତୁ’ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *