ମେ’ ୧୫ରୁ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ଆମେ କଥା ନୁହେଁ କାମରେ ବିଶ୍ୱାସ କରୁ’ ଏହି ଉକ୍ତିକୁ ଅକ୍ଷରେ ଅକ୍ଷରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର କାମ କରିଚାଲିଛନ୍ତି । ଆଗାମୀ ମେ’ ୨୯ ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରୁଛି । ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନରେ ସରକାରଙ୍କ ବିଭିନ୍ନ ବିଭାଗ କେତେ ସଫଳ ହୋଇଛି, ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଆଗାମୀ ମେ’ ୧୫ରୁ ୨୫ ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିବ ।  ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀ ପରିଷଦର ସଭ୍ୟମାନଙ୍କୁ ବ୍ୟକ୍ତିଗତ ଭାବରେ ପତ୍ର ଲେଖି ଏହା ଜଣାଇଛନ୍ତି । ସଚିବ ମାନଙ୍କ ଉପସ୍ଥିତିରେ ମନ୍ତ୍ରୀ ମାନେ ସେମାନଙ୍କ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପାଞ୍ଚଟି ପ୍ରମୁଖ କାର୍ଯ୍ୟକ୍ରମର  ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବେ ।

ଏହା ସହିତ 5T ଓ ମୋ ସରକାର କାର୍ଯ୍ୟକ୍ରମ ସେମାନଙ୍କ ବିଭାଗରେ କିଭଳି କାର୍ଯ୍ୟକାରୀ କରାଯାଇଛି ଏବଂ ଏହା ସେମାନଙ୍କ ବିଭାଗର କାର୍ଯ୍ୟ ଧାରାରେ କିଭଳି ଉନ୍ନତି ଆଣିଛି ଓ ବିଭାଗକୁ କେତେ ଲୋକାଭିମୁଖୀ କରିପାରିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ- ଗଣତନ୍ତ୍ରରେ ଜନତା ହେଉଛନ୍ତି ମାଲିକ । ତେଣୁ ଗଣତନ୍ତ୍ରରେ ଉତ୍ତର ଦାୟିତ୍ୱ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଓଡ଼ିଶାର ସାଢ଼େ ଚାରି କୋଟି ଜନତା ଯେଉଁ ଦାୟିତ୍ୱ ଆମକୁ ଦେଇଛନ୍ତି । ଯେଉଁ ପ୍ରତିଶ୍ରୁତି ଆମେ ଲୋକଙ୍କୁ ଦେଇଛୁ ତାକୁ ପାଳନ ଦିଗରେ କେତେ ଦୂର ଆମେ ସଫଳ ହୋଇଛୁ ତା’ର ହିସାବ ଲୋକଙ୍କୁ ଦେବାକୁ ହେବ । ଏହା ଗଣତନ୍ତ୍ରର ମର୍ଯ୍ୟାଦା ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *