କନ୍ଧମାଳ ଗସ୍ତରେ ଯାଇ ମେଡିକାଲ କଲେଜ ନିର୍ମାଣ ଅଗ୍ରଗତି ନେଇ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ଫୁଲବାଣୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫ଟି ସଚିବ ଭିକେ ପାଣ୍ଡିଆନ୍ ଏବଂ ପୁର୍ତ୍ତ ସଚିବ କିଷନ କୁମାର ଆଜି ଫୁଲବାଣୀରେ ମେଡିକାଲ କଲେଜ ଏବଂ ହସ୍ପିଟାଲ ନିର୍ମାଣର ଅଗ୍ରଗତି ସମୀକ୍ଷା କରିଛନ୍ତି । ୪୫୦ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ ନିର୍ମାଣ କରାଯାଉଛି । 

ପ୍ରକଳ୍ପର ଠିକ ସମୟରେ ନିର୍ମାଣ ପାଇଁ ନିର୍ମାଣ ସାମଗ୍ରୀର ଉପଲବ୍ଧତା ପ୍ରଦାନ କରିବାକୁ ମୁଖ୍ୟ ସଚିବ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ପ୍ରକଳ୍ପ ନିର୍ମାଣ ଲାଗି ଚୟନ କରାଯାଇଥିବା ସ୍ଥାନକୁ ମୁଖ୍ୟ ଶାସନ ସଚିବ ପ୍ରଶଂସା କରିଛନ୍ତି । ଡ୍ରେନେଜ ସିଷ୍ଟମ ଏବଂ ଜଳ ସଂରକ୍ଷଣ ସଂରଚନା ପାଇଁ ଯୋଜନା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ ସଂଲଗ୍ନ ପାହାଡ ଏବଂ ଜଳ ସମ୍ପଦ ବିଭାଗ ପକ୍ଷରୁ ଅଞ୍ଚଳରେ ବ୍ୟାପକ ବୃକ୍ଷରୋପଣ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି ।

ସେହିଭଳି 5 ଟି  ସଚିବ ରୋଗୀଙ୍କ ସମ୍ପର୍କୀୟଙ୍କ ଲାଗି ବିଶ୍ରାମ ଗୃହ ଓ ଖାଦ୍ୟ ଉପରେ ଗୁରୁତ୍ୱ ଦେଇଛନ୍ତି । ମେଡିକାଲ କଲେଜ କ୍ୟାମ୍ପସ ଭିତରେ ରହୁଥିବା ଡାକ୍ତର ଏବଂ କର୍ମଚାରୀ ମାନେ ମନୋରଞ୍ଜନ ଏବଂ କ୍ରୀଡା କାର୍ଯ୍ୟକଳାପ ସମେତ ଆବାସିକ ସୁବିଧା ପାଇଁ ଉପଯୁକ୍ତ ଇକୋସିଷ୍ଟମ୍ ବ୍ୟବସ୍ଥା କରିବାକୁ ପାଣ୍ଡିଆନ ପରାମର୍ଶ ଦେଇଛନ୍ତି । ମେଡିକାଲ କଲେଜ ପରିସରରେ ଅଟୋ, ଟ୍ୟାକ୍ସି ଷ୍ଟାଣ୍ଡ ଏବଂ ଏନ୍ଏଚ୍ ନିକଟ ହୋଇଥିବାରୁ ଦୁର୍ଘଟଣା ରୋକିବାକୁ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବାକୁ କହିଛନ୍ତି ।

୨୦୨୦ ଡିସେମ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ଫୁଲବାଣୀରେ ମେଡିକାଲ କଲେଜକୁ ମଞ୍ଜୁରୀ ମିଳିଥିଲା । ଫୁଲବାଣୀ ମେଡିକାଲ କଲେଜରେ ୧୦୦ ସିଟ୍ ସହ ୫୦୦ ଶଯ୍ୟା ରହିବ । ଫୁଲବାଣୀ ମେଡିକାଲ କଲେଜ କ୍ୟାମ୍ପସରେ ପୁରୁଷ ହଷ୍ଟେଲରେ ୩୦୦ ସିଟ୍, ମହିଳା ହଷ୍ଟେଲରେ ୧୫୦ ସିଟ୍ ସହ ୬୫୦ ସିଟ୍ କ୍ଷମତାର ଅଡିଟୋକିୟମ୍, ୧୦୦ ସିଟର ଆବାସିକ ଡାକ୍ତର ହଷ୍ଟେଲ, ଡାକ୍ତର ଓ କର୍ମଚାରୀଙ୍କ ଲାଗି କ୍ୱାର୍ଟର ରହିବ ।

 

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *