କରୋନା କାଳରେ ଶିଶୁଙ୍କ ସୁରକ୍ଷାକୁ ନେଇ କ’ଣ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀ ଜାରି ରହିଛି । ଏହାରି ମଧ୍ୟରେ କୋଭିଡ ମୁକାବିଲା ନେଇ ଭିଡିଓ କନଫରେନ୍‌ସିଂ ଯୋଗେ ପରିସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶିଶୁଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ବିଶେଷ ଭାବେ ଗୁରୁତ୍ୱ ଦେଇଛନ୍ତି । ସେ କହିଛନ୍ତି ଯେ, ‘କୋଭିଡ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ରାଜ୍ୟରେ ପ୍ରସ୍ତୁତି ଜୋରଦାର କରାଯାଇଛି । ପିଲାମାନଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଣ ମହଜୁଦ ରଖିବା ସଂଗେ ସଂଗେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସଂପର୍କରେ ତାଲିମ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଏଥିପାଇଁ ୧ ହଜାର ୧୧୪ ଜଣ ଡାକ୍ତର ସ୍ୱତନ୍ତ୍ର ତାଲିମ ନେବେ । ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସଂକ୍ରମଣ ହାର କମ୍ ଥିବା ଜିଲ୍ଲାରେ ଅନଲକ୍ ଆରମ୍ଭ ନେଇ ବିଚାର ବିମର୍ଶ ଚାଲିଛି ।’ ଏହା ସହ ସେ କହିଛନ୍ତି ଯେ, ରାଜ୍ୟରେ କୋଭିଡ ସଂକ୍ରମରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍‌ ହ୍ରାସ ପାଇଛି । ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ । ତଥାପି କେତେକ ଜିଲ୍ଲାରେ ପଜିଟିଭିଟ୍‌ ରେଟ୍‌ ଅଧିକ ଥିବାରୁ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଇ କାର୍ଯ୍ୟ କରାଯିବ । ଏହାସହିତ ବର୍ତ୍ତମାନ ଚାଲିଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସଂପର୍କରେ ସଚେନତା ସହିତ ତାର ଉପଯୁକ୍ତ ତଦାରଖ ଏବଂ ଲକ୍ଷଣଯୁକ୍ତ ରୋଗୀଙ୍କର ତୁରନ୍ତ ଚିକିତ୍ସା ଉପରେ ଗୁରୁତ୍ବ ଦିଆଯିବ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *