ସମାଜସେବା କାର୍ଯ୍ୟକ୍ରମରେ ସାମିଲ୍ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର: ଗାନ୍ଧୀ ଜୟନ୍ତୀରୁ ଜନ ସଚେତନତା ଅଭିଯାନ ପରିବର୍ତ୍ତେ ବିଜେଡି ମାସେ ଯାଏଁ ଜାରି ରଖିବ ବିଭିନ୍ନ ସମାଜସେବା କାର୍ଯ୍ୟକ୍ରମ । ମହାମାରୀ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଦଳ ଏଭଳି ନିଷ୍ପତ୍ତି ନେଇଛି । ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଭିନ୍ନ ସମାଜସେବା କାର୍ଯ୍ୟକ୍ରମ ଜାରି ରଖିବା ନେଇ ନିଷ୍ପତ୍ତି ନେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ପ୍ରେସବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଢ଼େ ଚାରିକୋଟି ଓଡ଼ିଶାବାସୀ ଆମର ପରିବାର । ବିଗତ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଆମେ ସେମାନଙ୍କ ସେବାରେ ନିୟୋଜିତ ରହିବା ସହ ପରିବାରର ସଦସ୍ୟ ଭଳି ସୁଖଦୁଃଖର ସାଥୀ ହୋଇ ଆସିଛେ ।

କୋଭିଡ୍ ମହାମାରୀର ଭୟାବହତା ସମୟରେ ଆପଣମାନେ ଅସୀମ ଦୃଢ଼ତା ପ୍ରଦର୍ଶନ କରି ପ୍ରତ୍ୟେକ ଘରର ସଦସ୍ୟମାନଙ୍କ ନିକଟରେ ଠିଆ ହୋଇ ଧୈର୍ଯ୍ୟ ଓ ତ୍ୟାଗର ନିଦର୍ଶନ ଦେଖାଇଛନ୍ତି । ସେଥିପାଇଁ ମୁଁ ଆପଣମାନଙ୍କ ନିକଟରେ କୃତଜ୍ଞ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବେ ସେହି ସାମାଜିକ ପ୍ରତିବଦ୍ଧତାକୁ ଆଉ ପାଦେ ଆଗକୁ ନେଇ ଶ୍ରମଦାନ କରି ବିଦ୍ୟାଳୟ ତଥା ଅନ୍ୟାନ୍ୟା ଶିକ୍ଷାନୁଷ୍ଠାନ ପରିସର, ଶିକ୍ଷାନୁଷ୍ଠାନର ରାସ୍ତାଘାଟ ତଥା ସାଧାରଣ ସୁବିଧା କେନ୍ଦ୍ର ପ୍ରଭୃତି ପ୍ରଭୃତି ସ୍ଥାନକୁ ପରିଷ୍କାର, ପରିଚ୍ଛନ୍ନ ରଖିବା ସହିତ ରକ୍ତଦାନ ଭଳି ମହତ୍ କାର୍ଯ୍ୟରେ ଅଂଶଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।

ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତ୍ରୀ ଏବଂ ୧୧ ତାରିଖରେ ଲୋକନାୟକ ଜୟପ୍ରକାଶ ଜୟନ୍ତୀ ନିରାଡ଼ମ୍ବର ଭାବରେ ପାଳନ କରିବା ସହିତ ଗାନ୍ଧୀ ଜୟନ୍ତୀରୁ ପ୍ରତ୍ୟେକ ନିର୍ବାଚନ ମଣ୍ଡଳିରେ ଦଳର କର୍ମୀ, ବିଭିନ୍ନ ପ୍ରମୁଖ ଦଳୀୟ ସଂଗଠନର କର୍ମକର୍ତ୍ତାମାନଙ୍କ ସହଯୋଗରେ ଆପଣମାନେ କୋଭିଡ୍ ନିୟମ ପାଳନ ପୂର୍ବକ ଏହିଭଳି ଗୁରୁତ୍ୱପୂର୍ଣ୍ଣ ସମାଜସେହା କାର୍ଯ୍ୟକ୍ରମକୁ ହାତକୁ ନେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *