ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ । ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନସେବାରେ ନିଜକୁ ନିୟୋଜିତ କରିଥିଲେ । ଗଞ୍ଜାମ ଜିଲ୍ଲା ତଥା ଓଡ଼ିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଥିଲା । ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ରାମକୃଷ୍ଣ ପଟ୍ଟନାୟକ ଅର୍ଥମନ୍ତ୍ରୀ ସହ ଏକାଧିକ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ଗଞ୍ଜାମ କୋଦଳାରୁ ବିଧାନସଭାକୁ ୬ ଥର ନିର୍ବାଚିତ ହୋଇଥିଲେ ରାମକୃଷ୍ଣ । ଜନତା ପାର୍ଟି, ଜନତା ଦଳ ଓ ବିଜେଡି ଦଳ ଟିକେଟରେ ନିର୍ବାଚିତ ହୋଇ ବିଧାନସଭାକୁ ଆସିଥିଲେ । ୧୯୭୧ରେ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାମକୃଷ୍ଣ । ପରେ ୧୯୭୭, ୧୯୮୦, ୧୯୯୦, ୧୯୯୫ ଓ ୨୦୦୦ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *