୭୩୦୦ ପଞ୍ଜିକୃତ ହକରଙ୍କୁ ୬୦୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି । ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ୱତନ୍ତ୍ର କୋଭିଡ୍ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକର ମାନଙ୍କ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ପଞ୍ଜିକୃତ କରାଯାଇଛି । ପ୍ରତ୍ୟେକ ପଞ୍ଜିକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି । ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି । ଏହି ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ୍ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକ ମାନଙ୍କୁ ଖବର କାଗଜ ଯୋଗାଇଛନ୍ତି । ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମି ନାହିଁ । କୋଭିଡ ସହାୟତା ସହିତ ହକର ମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ । ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ୱଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସମ୍ପୂର୍ଣ୍ଣ ଅକ୍ଷମ ହୋଇଥିବା ହକର ମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ହକର ମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍‌ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *