ନୂଆଁଖାଇ ଲାଗି ଚଳଚଞ୍ଚଳ ପଶ୍ଚିମଓଡ଼ିଶା : ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର । ସକାଳ ୧୦ଟା ୧୫ରୁ ୧୦ଟା ୨୫ ମିନିଟ ମଧ୍ୟରେ ମା’ ସମଲେଶ୍ୱରୀଙ୍କ ନିକଟରେ ନୂଆଁ ଲାଗିବାର କାର୍ଯ୍ୟକ୍ରମ ରହିଛି । ପ୍ରଥମେ ମା’ ସମଲେଇଙ୍କ ମୁଖ୍ୟ ପୂଜକଙ୍କ ଘରୁ ନୂଆଁ ମନ୍ଦିରକୁ ଆସିବାର ପରମ୍ପରା ରହିଛି । ନିର୍ଦ୍ଧାରିତ ଲଗ୍ନ ଅନୁସାରେ ମା’ଙ୍କ ନିକଟରେ ନୂଆ ଲାଗି ହେବା ପରେ ନୂଆଁ ଖାଇବେ ପୂରା ପଶ୍ଚିମ ଓଡିଶାବାସୀ । ଚଳିତ ବର୍ଷ କୋଭିଡ କଟକଣା ପାଇଁ ସବୁଠି ନୂଆଖାଇ ଭେଟଘାଟ ବନ୍ଦ ରହିଥିବା ବେଳେ କେବଳ ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଏହାର ମଜା ନେଇପାରିବେ ପଶ୍ଚିମ ଓଡିଶା ବାସୀ । ଅପରପକ୍ଷରେ ନୂଆଁଖାଇ ଅବସରରେ ଭିଡିଓ ବାର୍ତ୍ତା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ନୂଆଁଖାଇ ଅବସରରେ ସମସ୍ତଙ୍କୁ ହୃଦୟରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ପର୍ବ ସହିତ କୋଭିଡ ନିୟମ ପାଳନ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହିତ ମା’ ସମେଲଇଙ୍କ ନିକଟରେ ସମସ୍ତଙ୍କ ସୁଖ ଶାନ୍ତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *