ମନୋରମା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ସମାଜର ପୂର୍ବତନ ସମ୍ପାଦିକା ତଥା ବିଶିଷ୍ଟ ସାହିତ୍ୟିକ ଓ ଶିକ୍ଷାବିତ୍‌ ମନୋରମା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି- ଜଣେ ଶିକ୍ଷାବିତ୍‌, ସାହିତ୍ୟିକ ତଥା ସୁବକ୍ତା ଭାବରେ ସ୍ବର୍ଗତ ମହାପାତ୍ର ଓଡ଼ିଆ ସାରସ୍ବତ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରାଯାଇଛନ୍ତି । ବିଭିନ୍ନ ସାମାଜିକ ସମସ୍ୟା, ବିଶେଷକରି ନାରୀ ମାନଙ୍କ ଅଧିକାର ଓ ସମସ୍ୟା ଉପରେ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସମାଜର ସମ୍ପାଦିକା ଭାବରେ ସେ ସାମ୍ବାଦିକତା କ୍ଷେତ୍ରରେ ଉଚ୍ଚ ଆଦର୍ଶ ବଜାୟ ରଖିଥିଲେ । ଲୋକସେବକ ମଣ୍ଡଳର ସଦସ୍ୟ ଭାବରେ ସମାଜ ସେବା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ତାଙ୍କର ବିୟୋଗରେ ଓଡ଼ିଶା ଜଣେ ବାଗ୍ମୀ ତଥା ମହିୟସୀ ମହିଳାଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *