ଯାଜପୁରରେ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବ । ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏନେଇ ଅନୁମତି ପ୍ରଦାନ କରିଛନ୍ତି । ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲାର ଗୁରୁତର କୋଭିଡ୍ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ଭୁବନେଶ୍ବର ଯିବାକୁ ପଡ଼ିବ ନାହିଁ। ଯାଜପୁରର ଭୂମିକା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ସରକାରୀ କୋଭିଡ୍ ହସ୍ପିଟାଲ ଭାବରେ କାମ କରିବ । ରୋଗୀ ମାନେ ସେଠାରେ ସମ୍ପୂର୍ଣ୍ଣ ମାଗଣାରେ କୋଭିଡ୍ ଚିକିତ୍ସା ସୁବିଧା ପାଇ ପାରିବେ । ଚିକିତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ଏହି ହସ୍ପିଟାଲରେ ୧୫୦ଟି ଅକ୍ସିଜେନ ବେଡ୍ ସହ ୫୦ଟି ICU ବେଡ୍ ରହିବ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *