ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ, ବାଣ୍ଟିବେ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ

ବାଲେଶ୍ୱର: ରାଜ୍ୟରେ ସ୍ମାର୍ଟ ହେଉଛି ସ୍ୱାସ୍ଥ୍ୟସେବା । ଜିଲ୍ଲା ପରେ ଜିଲ୍ଲାରେ ଲେଖା ହେଉଛି ସ୍ୱାସ୍ଥ୍ୟସେବାର ସ୍ମାର୍ଟ କାହାଣୀ । ଆସନ୍ତାକାଲି ସ୍ମାର୍ଟ ସ୍ୱାସ୍ଥ୍ୟସେବା ସହ ଯୋଡ଼ି ହେବ ଉତ୍ତର ଓଡ଼ିଶାର ବାଲେଶ୍ୱର ଜିଲ୍ଲା । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଲେଖା ହେବ ନୂଆ ଫର୍ଦ୍ଦ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ବାଲେଶ୍ୱର ଜିଲ୍ଲା ଗସ୍ତରେ ଆସି ହିତାଧିକାରୀଙ୍କୁ ବିଏସକେୱାଇ କାର୍ଡ ବଣ୍ଟନ କରିବେ । ଏଥିସହ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ୧୧ଟାରେ ବାଲେଶ୍ୱରର ପୋଲିସ ଲାଇନ୍ ପଡ଼ିଆରେ ପହଞ୍ଚି ହିତାଧିକାରୀଙ୍କୁ ସ୍ମାର୍ଟ ସ୍ୱାସ୍ଥ୍ୟକାର୍ଡ ଦେବେ । ପରେ ପରେ ଜିଲ୍ଲାର ୧୨ଟି ବ୍ଲକ୍‌ରେ ଦାୟିତ୍ୱରେ ଥିବା ମନ୍ତ୍ରୀ, ବିଧାୟକମାନେ ସ୍ଥାନୀୟ ଅଞ୍ଚଳର ହିତାଧିକାରୀଙ୍କୁ ବିଏସକେୱାଇ କାର୍ଡ ବଣ୍ଟନ କରିବେ ।

ଏଥିରେ ବାଲେଶ୍ୱର ଜିଲ୍ଲାର ୫ ଲକ୍ଷ ୧୩ ହଜାର ୩୫୨ ପରିବାରର ୧୯ ଲକ୍ଷରୁ ଅଧିକ ହିତାଧିକାରୀ ଉପକୃତ ହେବେ । ପୁରୁଷ ହିତାଧିକାରୀଙ୍କ ପାଇଁ ୫ ଲକ୍ଷ ଓ ମହିଳା ହିତାଧିକାରୀ ୧୦ ଲକ୍ଷ ଟଙ୍କାର ମାଗଣା ଚିକିତ୍ସ ପାଇ ପାରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ, ବାଲେଶ୍ୱର ଏସପି ସୁଧାଂଶୁ ଶେଖର ମିଶ୍ରଙ୍କ ନେତୃତ୍ୱରେ ୩ ଜଣ ଅତିରିକ୍ତ ଏସପି, ୧୩ ଜଣ ଡିଏସପି, ୨୨ ଜଣ ଇନ୍ସପେକ୍ଟର, ୯୪ଜଣ ଏସ୍‌ଆଇ, ଏଏସ୍‌ଆଇଙ୍କ ସମେତ ୨୫ ପ୍ଲାଟୁନ୍‌ ଫୋର୍ସ ନିୟୋଜିତ କରାଯାଇଛି । ଏଥିସହିତ ଭିଡ଼କୁ ଏଡ଼ାଇବା ପାଇଁ ତାମୁଳିଆ ବ୍ରିଜ୍‌, ଫୁଲାଡ଼ି ଛକ, ସମଲପୁର ଛକ, ଟେକ୍ନିକାଲ ଫିଲ୍ଡ, ମଠସାହି ଛକ ପ୍ରଭୃତି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି । ପୋଲିସ ଲାଇନ୍‌ ଛକ, ଆଇଟିଆଇ ଛକ, ସେଣ୍ଟ୍ରାଲ ସ୍କୁଲ ଛକ, ଟେକ୍ନିକାଲ ଛକ, ଷ୍ଟେସନ୍‌ ଛକରେ ଗାଡ଼ି ଚଳାଚଳକୁ ବାରଣ କରାଯିବା ସହିତ ବ୍ଲକିଂ କରାଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *