ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ନବୀନ

ଭୁବନେଶ୍ୱର : ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି । ତେବେ ଏବେବି ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା ଜଣାପଡିଛି । ସେପଟେ ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱାସ୍ଥ୍ୟବସ୍ଥା ନେଇ ଏମସ ଓ ଏସସିବି ଡାକ୍ତରଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବେ ପ୍ରଦୀପ୍ତ କୋଭିଡ ନେଗେଟିଭ ଥିଲେବି ଫୁସଫୁସରେ ସଂକ୍ରମଣ ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ ଜଣାଇଲେ ଡାକ୍ତର । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦୀପ୍ତଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ କହିଛନ୍ତି  ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *