କଂଗ୍ରେସ ଛାଡ଼ିଲେ ଲାଞ୍ଜିଗଡ଼ ପୂର୍ବତନ ବିଧାୟକ ଶିବାଜୀ ମାଝୀ

କଳାହାଣ୍ଡି : ହାତ ଛାଡ଼ିଲେ ଲାଞ୍ଜିଗଡ଼ ପୂର୍ବତନ ବିଧାୟକ ଶିବାଜୀ ମାଝୀ । ୨୦୦୭ରେ କଂଗ୍ରେସରେ ଯୋଗ ଦେଇଥିଲେ । ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ବିଧାୟକ ଥିଲେ । ଦଳର ଅଣଦେଖା ଯୋଗୁଁ ଇସ୍ତଫା ଦେଲେ ଶିବାଜୀ ମାଝୀ । ପିସିସି ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଲେ ଶିବାଜୀ । କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଶିବାଜୀ ମାଝୀ । ସୂଚନା ଯୋଗ୍ୟ ଯେ, ପୂର୍ବରୁ କଂଗ୍ରେସ ନେତା ତଥା ପୂର୍ବତନ ସାଂସଦ ପ୍ରଦୀପ ମାଝି ମଧ୍ୟ କଂଗ୍ରେସରୁ ଇସ୍ତଫା ଦେଇଥିବା ବେଳେ ଆଜି ବିଜୁ ଜନତା ଦଳରେ ଯୋଗଦେଇଛନ୍ତି । ଏକ ବିରାଟ ରାଲିରେ ସମର୍ଥକଙ୍କ ସହ ଆସିବା ସହ ବିଜେଡିରେ ମିଶିଛନ୍ତି ପ୍ରଦୀପ ମାଝୀ ।

ନବରଙ୍ଗପୁର ଚାଉଁରିଆଗୁଡ଼ାରେ ଆୟୋଜିତ ସ୍ୱତନ୍ତ୍ର ମିଶ୍ରଣ ପର୍ବରେ ଶଙ୍ଖ ଧରିଛନ୍ତି ପ୍ରଦୀପ । ୧୦ ହଜାର ସମର୍ଥକଙ୍କୁ ଧରି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜେଡିରେ ପ୍ରଦୀପ ମାଝି ମିଶିଛନ୍ତି । ଗତ ୨୨ ତାରିଖରେ ପ୍ରଦୀପ କଂଗ୍ରେସ ନେତୃତ୍ୱ ପ୍ରତି ଅଙ୍ଗୁଳି ଉଠାଇ ଦଳରୁ ଇସ୍ତଫା ଦେଇଥିଲେ । କଂଗ୍ରେସ ହାଇକମାଣ୍ଡ, ପ୍ରଭାରୀ ଓ ପିସିସି ସଭାପତିଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଉଥିବା ଉଲ୍ଲେଖ କରି ପତ୍ର ପଠାଇଥିଲେ । ଦଳରେ ଲୋକ ସେବାର ସୁଯୋଗ ନଥିବାରୁ ଦୁଃଖରେ ଦଳ ଛାଡ଼ୁଥିବା ଲେଖିଥିଲେ ପ୍ରଦୀପ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *