କରୋନା ନେଲା ଆଉ ୪ ଜୀବନ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାର ୪ ହଜାର ୪୪୫ଟି ସଂକ୍ରମଣ ମାମଲା ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨ ଜଣ କୋଭିଡ୍ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କୋଭିଡ୍ ମୃତ୍ୟୁସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି ।

ସୁନ୍ଦରଗଡ଼ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୭୨୨ଟି ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଥିସହ ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୧ ହଜାର ୪୩୯ରେ ପହଞ୍ଚିଛି । ଜିଲ୍ଲାରେ ଏବେ ୪ ହଜାର ୩୭୫ଟି ସକ୍ରିୟ ସଂକ୍ରମଣ ମାମଲା ରହିଥିବା ବେଳେ ୧୬ ହଜାର      ୮୮୩ ଜଣ ସୁସ୍ଥ ହୋଇ ସାରିଛନ୍ତି । ଜିଲ୍ଲାରେ କରୋନାରେ ୧୭୭ ଜଣଙ୍କ ଜୀବନ ଗଲାଣି । ଜିଲ୍ଲାରେ କୋଭିଡ୍ ସ୍ଥିତିର ଅନୁଧ୍ୟାନ ପାଇଁ ଆସନ୍ତାକାଲି ରାଉରକେଲା ଯିବେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ଓ ଅତିରିକ୍ତ ନିର୍ଦ୍ଦେଶକ । ଏଥିସହ ରାଉରକେଲା ଏନଆଇଟିରେ ୧ ହଜାର ବେଡର ଟିଏମସି ଲାଗି ବ୍ୟବସ୍ଥା କରାଯାଉଥିବା ଜିଲ୍ଲା ଚିକିତ୍ସାଧିକାରୀ ସୂଚନା ଦେଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *