କରୋନା ସାଜୁଛି କାଳ, ପୁଣି ନେଲା ଆଉ ଏକ ଶିଶୁର ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀ ପୁଣି ଚିନ୍ତା ବଢ଼ାଇଛି । ପ୍ରତିଦିନ ପାଖାପାଖି ୧୦୦ ଜଣ ଶିଶୁ ପଜିଟିଭ୍ ହୋଉଥିବା ବେଳେ ଏହାର ତୃତୀୟ ଲହରର ସଙ୍କେତ ବୋଲି କହୁଛନ୍ତି ବିଶେଷଜ୍ଞ । ଏହାରି ମଧ୍ୟରେ ରାଜ୍ୟରେ କରୋନାରେ ପୁଣି ଏକ ଶିଶୁର ମୃତ୍ୟୁ ହୋଇଛି । ମୃତ୍ୟୁ ଶିଶୁ କନ୍ୟା ମାତ୍ର ୨ ମାସ ହୋଇଥିବା ବେଳେ ସେ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି । କରୋନାରେ ଶିଶୁ କନ୍ୟାର ମୃତ୍ୟୁକୁ ନେଇ  ସ୍ୱାସ୍ଥ୍ୟ   ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ରାଜ୍ୟରୁ ଆଜି ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬୭ ଓ ସ୍ଥାନୀୟ ଅଞ୍ଚଳରୁ ୨୭୧ ଜଣ ଚିହ୍ନଟ ହେବା ସହ ୧୧୦ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହା ସହ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୯୬୯ କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୨୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳରୁ ୧୧, ଜଗତସିଂହପୁରରୁ ୮, କେନ୍ଦ୍ରାପଡ଼ାରୁ ୬, ବାଲେଶ୍ୱରରୁ ୫, ଢେଙ୍କାନାଳରୁ ୪, ଭଦ୍ରକ ଓ ପୁରୀରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଯାଜପୁର, ଖୋର୍ଦ୍ଧା, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *