ଓଡ଼ିଶା ପାଇଁ ପୁଣି କରୋନା ସଂକ୍ରମଣ ବିପଦ

ଭୁବନେଶ୍ୱର :  ଓଡିଶା ପାଇଁ ପୁଣି କରୋନା ସଂକ୍ରମଣ ବିପଦ ଘନେଇଛି । ପୂର୍ବ ପରି ରାଜ୍ୟବାସୀ ପୁଣି ଅଧିକ ସତର୍କ ରହିବା ସହିତ କରୋନା ଗାଇଡଲାଇନକୁ କଡ଼ାକଡ଼ି ଭାବେ ପାଳନ କରିବା ଲାଗି ଇସାରା ମିଳିଛି । ଦୀର୍ଘ ୪୬ ଦିନ ପରେ କରୋନା ଭୂତାଣୁର ପ୍ରଭାବ ବଢିବାର ସଙ୍କେତ ଦେଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୧୧୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୪ ଓ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୨୩ ରହିଥିବା ବେଳେ ୭୦୫ ଜଣ ଚିକିତ୍ସିତ ହେଉଛନ୍ତି । ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଓ ଖୋର୍ଦ୍ଧାରୁ ୧୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *