ରାଜ୍ୟରେ ୪ ହଜାର ଟପିଲା ଦୈନିକ ସଂକ୍ରମଣ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର: ଚଳିତବର୍ଷ ପ୍ରଥମ ଥର ଲାଗି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ସଂଖ୍ୟା ୪ ହଜାର ଟପିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାର ୪ ହଜାର ୪୪୫ଟି ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । କ୍ୱାରେଣ୍ଟାଇନରୁ ୨୫୭୪ଟି ମାମଲା ଆସିଥିବା ବେଳେ ୧୮୭୧ଟି ମାମଲା ସ୍ଥାନୀୟ ସଂକ୍ରମଣ । ସୁନ୍ଦରଗଡ଼, ଖୋର୍ଦ୍ଧା ଜିଲ୍ଲାରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୫୦୦ ଉପରେ ରହିଛି ।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୨୨, ଖୋର୍ଦ୍ଧାରୁ ୫୮୭, ନୂଆପଡ଼ାରୁ ୪୩୭ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଅନୁଗୁଳରୁ ୮୭, ବାଲେଶ୍ୱରରୁ ୧୨୩, ବରଗଡ଼ରୁ ୧୭୮, ଭଦ୍ରକରୁ ୪୩, ବଲାଙ୍ଗିରରୁ ୧୬୮, ବୌଦ୍ଧରୁ ୨୧, କଟକରୁ ୨୫୧, ଡେବଗଡ଼ରୁ ୩୫ ଜଣ, ଢେଙ୍କାନାଳରୁ ୨୦, ଗଜପତିରୁ ୧୦, ଗଞ୍ଜାମରୁ ୬୨, ଜଗତସିଂହପୁରରୁ ୩୩, ଯାଜପୁରରୁ ୫୮, ଝାରସୁଗୁଡ଼ାରୁ ୨୩୧, କଳାହାଣ୍ଡିରୁ ୨୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କନ୍ଧମାଳରୁ ୨୯, କେନ୍ଦ୍ରାପଡ଼ାରୁ ୩୫, କେନ୍ଦୁଝରରୁ ୭୫, ଖୋର୍ଦ୍ଧାରୁ ୫୮୭, କୋରାପୁଟରୁ ୨୧, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୧୦୦, ନବରଙ୍ଗପୁରରୁ ୧୨୭, ନୟାଗଡ଼ରୁ ୫୦, ନୂଆପଡ଼ାରୁ ୪୩୭, ପୁରୀରୁ ୨୧୯, ରାୟଗଡ଼ାରୁ ୫୩, ସମ୍ବଲପୁରରୁ ୨୪୧, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୭୨୨ ଏବଂ ଷ୍ଟେଟ୍ ପୁଲରୁ ୧୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୭୨ ହଜାର ୭୦୩କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ ୨୪ ହଜାର ୫୬୮ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି । ଗତ ୨୪ ଘଣ୍ଟାରେ ୧୩୦୯ ଜଣ କରୋନାରୁ ସୁସ୍ଥ ହେବା ସହ ମୋଟ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୪୬ ହଜାର ୧୩୪କୁ ବୃଦ୍ଧି ପାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *