ଆଜି ସଂକ୍ରମଣ ଦୁଇ ହଜାର ତଳକୁ ଖସିଲା : ରାଜ୍ୟରୁ ଚିହ୍ନଟ ହେଲେ ୧୬୪୮ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ଗତ ପାଞ୍ଚଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିଛି । ଗତ ଏପ୍ରିଲ ୧୨ ତାରିଖରେ ଶେଷଥର ପାଇଁ ରାଜ୍ୟରେ ସଂକ୍ରମଣ ୨ ହଜାର ତଳେ ରହିଥିଲା । ଗତ ମାସ ୧୪ ତାରିଖରୁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିବା ବେଳେ ୨ ହଜାର ତଳକୁ ଖସିବା ପାଇଁ ୨୮ ଦିନ ଲାଗିଥିଲା । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଆଜି ପୁଣି ସଂକ୍ରମଣ ଦୁଇ ହଜାର ତଳକୁ ହ୍ରାସ ପାଇଛି । ଏହା ମଧ୍ୟରେ ଆଜି ପୁଣି ୧୬୪୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୫୫ ଓ ସ୍ଥାନୀୟ ଅଞ୍ଚଳରୁ ୬୯୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୫ ହଜାର ୯୭୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୩୦ ହଜାର ୪୧୮ ରହିଥିବା ବେଳେ ୨୦ ହଜାର ୩୮୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ କଟକ ଜିଲ୍ଲାରୁ ସର୍ବାଧିକ ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *