ଆଜି ରାଜ୍ୟରେ ୧୩୪୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୪ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୩୪୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୭୫ ଓ ସ୍ଥାନୀୟ ଅଞ୍ଚଳରୁ ୫୬୭ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୩ ହଜାର ୫୨୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬୩ ହଜାର ୭୧୮ ରହିଥିବା ବେଳେ ୧୩ ହଜାର ୫୧୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *