ରାଜ୍ୟରେ ପୁଣି ଚିହ୍ନଟ ହେଲେ ୮୫୩ କରୋନା ସଂକ୍ରମିତ

ଭୁବନେଶ୍ୱର : ପୁଣି ରାଜ୍ୟରେ କରୋନାର ଉପର ତଳ ଖେଳ ଆରମ୍ଭ ହୋଇଗଲାଣି । ଲଗାତର ୬ ଦିନ ଧରି ଦୈନିକ ସଂକ୍ରମଣ ହଜାରେ ଉପରେ ରହିଥିଲା । ଏବେ ତିନିଦିନ ହେଲା ହଜାରେ ତଳକୁ ସଂକ୍ରମଣ ଖସିଛି । ଗତକାଲି ଅପେକ୍ଷା ଆଜି ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ତେବେ ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ୟ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଆଜି ୮୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯୬ ଓ ସ୍ଥାନୀୟ ଅଞ୍ଚଳରୁ ୩୫୭ ଜଣ ସଂକ୍ରମିତ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୦,୯୩୭କୁ ବୃଦ୍ଧି ପାଇଛି। ୯,୮୪,୨୨୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୯,୩୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୯, ବାଲେଶ୍ୱର ୪୬,ବରଗଡ ୧୨, ଭଦ୍ରକ ୧୮, ବଲାଙ୍ଗୀର ୨, କଟକ ୧୪୦, ଦେଓଗଡ ୧୩, ଢେଙ୍କାନାଳ ୧୦, ଗଜପତି ୧, ଗଞ୍ଜାମ ୧୧, ଜଗତସିଂହପୁର ୩୨, ଯାଜପୁର ୩୩, ଝାରସୁଗୁଡା ୨, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡା ୨୧, କେନ୍ଦୁଝର ୧୬, ଖୋର୍ଦ୍ଧା ୨୮୬, କୋରାପୁଟ ୩, ମାଲକାନଗିରି ୧, ମୟୁରଭଞ୍ଜ ୨୧, ନୟାଗଡ ୨୨, ପୁରୀ ୩୫, ରାୟଗଡା ୪, ସମ୍ବଲପୁର ୧୯, ସୋନପୁର ୧, ସୁନ୍ଦରଗଡ ୧୨, ଷ୍ଟେଟ ପୁଲରୁ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *