ପାରିବାରିକ କଳହରୁ ବିଷ ପିଇ ଦମ୍ପତିଙ୍କ ଆତ୍ମହତ୍ୟା

ଦିଗପହଣ୍ଡି: ପାରିବାରିକ କଳହରୁ ବିଷ ପିଇ ଦମ୍ପତିଙ୍କ ଆତ୍ମହତ୍ୟା । ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପୋଡ଼ାମାରି ଭଞ୍ଜସାହିରେ ଏହି ଘଟଣା ଘଟିଛି । ସୂଚନା ଅନୁଯାୟୀ, ଗାଁର ସନ୍ତୋଷ ଗୌଡ଼ ଏବଂ ତାଙ୍କ ସ୍ତ୍ରୀ ନୟନୀ ଗୌଡ଼ଙ୍କ ମଧ୍ୟରେ ପାରିବାରିକ କାରଣକୁ ନେଇ କିଛି ଦିନ ହେଲା ବଚସା ଲାଗି ରହିଥିଲା । ଗତକାଲି ଉଭୟ ପତି,ପତ୍ନୀ ବିଷ ପିଇ ଦେଇଥିଲେ । ଘଟଣାସ୍ଥଳରେ ସ୍ୱାମୀ ସନ୍ତୋଷଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ନୟନୀଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ଘଟଣାସ୍ଥଳରେ ପୋଲସ ପହଞ୍ଚି ଅଧିକ ତଦନ୍ତ ଚଳାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *