ରାଜ୍ୟରେ ଆଜି ୬୨୧୫ ପଜିଟିଭ୍ ଚିହ୍ନଟ; ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତାର ବୃଦ୍ଧି ପାଇବାରେ ଲାଗିଛି । ଲଗାତାର ଦ୍ୱିତୀୟ ଦିନ ଲାଗି ୬ ହଜାରରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ ହଜାର ୨୧୫ ପଜିଟିଭ୍ ମାମଲା ଆସିଛି । କ୍ୱାରେଣ୍ଟାଇନରୁ ୩ ହଜାର ୬୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ ହଜାର ୬୧୧ଟି ସ୍ଥାନୀୟ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୬୮୪ ଜଣ ସଂକ୍ରମିତ ହୋଇଥିବା ଜଣାପଡ଼ିଛି ।

ଅନୁଗୁଳରୁ ୧୭୩, ବାଲେଶ୍ୱରରୁ ୭୯, ବରଗଡ଼ରୁ ୨୬୮, ଭଦ୍ରକରୁ ୮୬, ବଲାଙ୍ଗିରରୁ ୨୧୧, ବୌଦ୍ଧରୁ ୨୦, କଟକରୁ ୩୮୩, ଦେବଗଡ଼ରୁ ୩୩, ଢେଙ୍କାନାଳରୁ ୧୬, ଗଜପତିରୁ ୪୭, ଗଞ୍ଜାମରୁ ୬୭, ଜଗତସିଂହପୁରରୁ ୬୨, ଯାଜପୁରରୁ ୮୫, ଝାରସୁଗୁଡ଼ାରୁ ୨୬୧, କଳାହାଣ୍ଡିରୁ ୬୮୨, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୪୧, କେନ୍ଦୁଝରରୁ ୧୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୯୫୦, କୋରାପୁଟରୁ ୫୮, ମାଲକାନଗିରିରୁ ୨୧, ମୟୂରଭଞ୍ଜରୁ ୧୧୫, ନବରଙ୍ଗପୁରରୁ ୨୫୭, ନୟାଗଡ଼ରୁ ୮୨, ନୂଆପଡ଼ାରୁ ୪୪୬, ପୁରୀରୁ ୩୦୬, ରାୟଗଡ଼ାରୁ ୭୦, ସମ୍ବଲପୁରରୁ ୨୬୩, ସୋନପୁରରୁ ୬୫, ସୁନ୍ଦରଗଡ଼ରୁ ୬୮୪ ଓ ଷ୍ଟେଟ ପୁଲରୁ ୧୯୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୯୪ ହଜାର ୬୯୪କୁ ବୃଦ୍ଧି ପାଇଛି । ରାଜ୍ୟରେ ଏବେ ୩୯ ହଜାର ୧୧୭ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୩ ଲକ୍ଷ ୫୩ ହଜାର ୫୫୧ ଜଣ କରୋନାକୁ ମାତ୍ ଦେଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *