ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ଆଉ ୨୫୪୨ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଦିନକରେ ୨୫୪୨ ସଂକ୍ରମଣ ମାମଲା ଆସିଛି । କ୍ୱାରେଣ୍ଟାଇନରୁ ୧୪୫୮ଟି ମାମଲା ଆସିଥିବା ବେଳେ ୧୦୮୪ଟି ହେଉଛି ସ୍ଥାନୀୟ ସଂକ୍ରମଣ ମାମଲା । କଟକରୁ ସର୍ବାଧିକ ୪୨୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୨୪ଟି ପଜିଟିଭ୍ କେସ୍ ଆସିଛି । ଅନୁଗୁଳରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୨୧, ବରଗଡ଼ରୁ ୧୭, ଭଦ୍ରକରୁ ୧୦୦, ବଲାଙ୍ଗିରରୁ ୨, ବୌଦ୍ଧରୁ ୭, ଦେବଗଡ଼ରୁ ୭, ଢେଙ୍କାନାଳରୁ ୩୪, ଗଜପତିରୁ ୧୫, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୧୨୮, ଯାଜପୁରରୁ ୧୩୯, ଝାରସୁଗୁଡ଼ାରୁ ୨୪, କଳାହାଣ୍ଡିରୁ ୧୦, କନ୍ଧମାଳରୁ ୧୯,

କେନ୍ଦ୍ରାପଡ଼ାରୁ ୧୬୭, କେନ୍ଦୁଝରରୁ ୬୯, କୋରାପୁଟରୁ ୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ମାଲକାନଗିରିରୁ ୪୨, ମୟୂରଭଞ୍ଜରୁ ୧୨୪, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୭୮, ନୂଆପଡ଼ାରୁ ୮, ପୁରୀରୁ ୧୫୦, ରାୟଗଡ଼ାରୁ ୩୭, ସମ୍ବଲପୁରରୁ ୨୮, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୫୭ ଓ ଷ୍ଟେଟପୁଲରୁ ୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩୨ ହଜାର ୩୩୦କୁ ବୃଦ୍ଧି ପାଇଛି । ୨୭ ହଜାର ୫୮୦ଟି ସକ୍ରିୟ ସଂକ୍ରମଣ ମାମଲା ରହିଥିବା ବେଳେ ୯ ଲକ୍ଷ ୨୮୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ନୂଆ ୫୭ଟି ମୃତ୍ୟୁ ମାମଲାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୪ ହଜାର ୪୧୫କୁ ବୃଦ୍ଧି ପାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *