ଘଣ୍ଟା ପ୍ରତି ୭ କିମି ବେଗରେ ମାଡ଼ି ଆସୁଛି ବାତ୍ୟା ‘ଗୁଲାବ’

ଭୁବନେଶ୍ୱର: ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ । ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀରତ ଅବପାତ ବାତ୍ୟାର ରୂପ ନେଇଛି । ଉତ୍ତର ଆନ୍ଧ୍ରପ୍ରଦେଶ ସହ ଦକ୍ଷିଣ ଓଡ଼ିଶା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ବାତ୍ୟା ‘ଗୁଲାବ’ ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ବିଗତ ୬ ଘଣ୍ଟା ହେଲା ପଶ୍ଚିମ ଦିଗରେ ଗତି କରୁଛି । ବାତ୍ୟା ‘ଗୁଲାବ’ ଏବେ ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣପୂର୍ବରେ ୩୭୦ କିଲୋମିଟର ଦୂରରେ ରହିଛି । ସେହିଭଳି ଆନ୍ଧ୍ରର କଳିଙ୍ଗପାଟଣମ ଠାରୁ ପୂର୍ବରେ ୪୪୦ କିମି ଦୂରରେ ରହିଛି ବାତ୍ୟା ‘ଗୁଲାବ’ । ଏହା ପଶ୍ଚିମକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର କଳିଙ୍ଗପାଟଣମ ଓ ଗୋପାଳପୁର ମଧ୍ୟରେ ୨୬ ସନ୍ଧ୍ୟାରେ ଅତିକ୍ରମ କରିପାରେ । ପ୍ରଭାବରେ ୨୬ ସକାଳୁ ପବନର ବେଗ ବୃଦ୍ଧି ପାଇବ । ଘଣ୍ଟାପ୍ରତି ପବନର ବେଗ ୭୫ରୁ ୮୫ କିମି ରହିବ । ଝଟକା ପବନର ବେଗ ଘଣ୍ଟାପ୍ରତି ୯୫ କିମି ବେଗ ରହିବ । ୨୬ ତାରିଖ ପାଇଁ ଦକ୍ଷିଣ ଓଡ଼ିଶାର ୭ ଜିଲ୍ଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *