୨୬ରେ ଛୁଇଁପାରେ ବାତ୍ୟା ‘ୟଶ’

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ବଙ୍ଗୋପସାଗରରେ ୨୨ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ପରବର୍ତ୍ତୀ ୭୨ ଘଣ୍ଟାରେ ବାତ୍ୟାର ରୂପ ନେଇପାରେ । ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ୨୬ ତାରିଖ ସକାଳେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ନେଇ ଆଶଙ୍କା କରାଯାଉଛି । ପ୍ରଭାବରେ ୨୫ ତାରିଖ ସନ୍ଧ୍ୟାରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଧୀରେ ଧୀରେ ବର୍ଷାର ପରିମାଣ ମଧ୍ୟ ବଢ଼ିବ ।

ସେହିଭଳି ୨୩ ତାରିଖରୁ ଆରମ୍ଭ ହେବ ପବନ । ଘଣ୍ଟାପ୍ରତି ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିବ । ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିମି ଯାଏ ବଢ଼ିବ । ୨୫ ତାରିଖରୁ ପବନର ବେଗ ଆହୁରି ବଢ଼ିବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ୨୩ରୁ ୨୫ ତାରିଖ ଯାଏ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ୨୫ରୁ ୨୭ ତାରିଖ ଯାଏ ଉତ୍ତର ବଙ୍ଗୋପସାଗର ସହ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀ ୨୩ ତାରିଖ ପୂର୍ବରୁ କୂଳକୁ ଫେରି ଆସିବକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *