କୁଆପଥର ବର୍ଷା ପରେ ଘୋଡ଼ାଇବ ଘନ କୁହୁଡ଼ି, ପୁଣି ବଢ଼ିବ ଶୀତ

ଭୁବନେଶ୍ୱର : ରାଜ୍ୟରେ ଶୀତ ଲହରୀ ସାମାନ୍ୟ ହ୍ରାସ ପାଇଥିବା ବେଳେ ଲାଗି ରହୁଛି ଘନ କୁହୁଡ଼ି । ସେପଟେ ଦକ୍ଷିଣପଶ୍ଚିମ ମଧ୍ୟପ୍ରଦେଶରୁ ଦକ୍ଷିଣ ବିହାର ଉପରେ ଏକ ଘୂର୍ଣ୍ଣିବଳୟ ଗତି କରୁଛି । ଯାହାକି ବିହାରରୁ ତେଲଙ୍ଗାନା ଦେଇ ପୂର୍ବ ମଧ୍ୟ ପ୍ରଦେଶ ଓ ଭିଦ୍ରବ ଯାଏ ଲମ୍ବିଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ୨ ଦିନ ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ପରବର୍ତ୍ତୀ ୩ ଦିନରେ ତାପମାତ୍ରା ଆସ୍ତେ ଆସ୍ତେ ୩ରୁ ୫ ଡିଗ୍ରୀ ସେଲସିୟସ୍ ଯାଏ ହ୍ରାସ ପାଇବ । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଓ କୁଆପଥର ବୃଷ୍ଟି ନେଇ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ସୂଚନା ରହିଛି । ବର୍ଷା ପରେ ଆଉ ୨ ଦିନ ଘନ କୁହୁ଼ଡ଼ି ଲାଗି ରହିବ । ୩୧ ତାରିଖରେ ଘନ କୁହୁଡ଼ି ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ରହିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *