ବଡ଼ଦାଣ୍ଡରେ ଛାତ ଉପରୁ ରଥଯାତ୍ରା ଦେଖିବା ମନା

ପୁରୀ: ରଥଯାତ୍ରା ପୂର୍ବରୁ ପୁରୀରେ ଲାଗୁ ହେବ କର୍ଫ୍ୟୁ।  ଆସନ୍ତା ୧୧ ତାରିଖରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ପୁରୀ ସହରରେ କର୍ଫ୍ୟୁ ଜାରି ହେବ। ରଥଯାତ୍ରା ପାଇଁ କର୍ଫ୍ୟୁ ଲାଗୁ ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି। ରଥଯାତ୍ରା ସମୟରେ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଥିବା ଘର ଉପରେ ରହି କେହି ଦର୍ଶନ କରିପାରିବେ ନାହିଁ। କଡ଼ାକଡ଼ି ଭାବେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏହି ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେ ରଥଯାତ୍ରା ପାଇଁ ପୂରା ପୁରୀ ସହରରେ ୧୪୪ ଧାରା ଜାରି ହେବ। ରଥଯାତ୍ରାର ଗୋଟିଏ ରାତି ପୂର୍ବରୁ ଓ ତା’ ପରଦିନ ଅପରାହ୍ନ ପର୍ଯ୍ୟନ୍ତ ଏହି ନିୟମ ଲାଗୁ ହେବ।

ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଥିବା ଘର ଗୁଡ଼ିକର ଛାତ ଉପରେ ରହି କୌଣସି ଲୋକ ରଥଯାତ୍ରା ଦେଖି ପାରିବେ ନାହିଁ। କାରଣ ଏହା ବି କର୍ଫ୍ୟୁ ଅଧୀନରେ ଯାଉଛି। ରଥଯାତ୍ରା ବେଳେ ଲୋକମାନେ ଘର ଭିତରେ ରହିବେ। ବଡ଼ଦାଣ୍ଡରେ ଥିବା ହୋଟେଲ ଓ ଲଜ୍‌ ଗୁଡ଼ିକୁ ରଥଯାତ୍ରାର ଦୁଇ ଦିନ ପୂର୍ବରୁ ଖାଲି କରି ଦିଆଯିବ। ସହରର ଅନ୍ୟ ଅଞ୍ଚଳରେ ଥିବା ହୋଟେଲ୍‌ ଗୁଡ଼ିକରେ ଲୋକେ ରହିପାରିବେ, କିନ୍ତୁ କର୍ଫ୍ୟୁ ବେଳେ ବାହାରକୁ ଯାଇପାରିବେ ନାହିଁ। ସେପଟେ ପୁରୀ ଏସ୍‌ପି କହିଛନ୍ତି ଯେ ବଡ଼ଦାଣ୍ଡରେ ୨୦୦ରୁ ଅଧିକ ଘର ରହିଛି। ଘରଗୁଡ଼ିକର ଛାତ ଉପରୁ ରଥଯାତ୍ରା ଦେଖିବାକୁ ଲୋକଙ୍କୁ ଆଦୌ ଅନୁମତି ଦିଆଯିବ ନାହିଁ। ଏଥିପାଇଁ ପୁଲିସ୍ ମୁତୟନ ହେବେ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *