ଢେଙ୍କାନାଳରେ କଂଗ୍ରେସର ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ

ଢେଙ୍କାନାଳ(ସୁଭମ କୁମାର ପାଣି): ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟାକାଣ୍ଡ ପ୍ରତିବାଦରେ ଆଜି ଢେଙ୍କାନାଳରେ କଂଗ୍ରେସ ଦଳ ପକ୍ଷରୁ ୬ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା । ସକାଳ ୧୦ଟା ସମୟରେ ଜିଲ୍ଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକଙ୍କ ନେତୃତ୍ୱରେ ବହୁ କଂଗ୍ରେସ କର୍ମୀ ଏକ ଶୋଭାଯାତ୍ରାରେ ବାଜିଚୌକ ସହୀଦ ମୀନାରରୁ ବାହାରି ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲେ । ସେଠାରେ ମମିତାଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଗୃହମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ବିରୁଦ୍ଧରେ ଅଭିଯୋଗ ଆଣି ତାଙ୍କୁ ତୁରନ୍ତ ଗିରଫ କରାଯିବାକୁ ଦାବି ଉଠିଥିଲା । ଶେଷରେ ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା । ତେବେ ଗୁରୁବାର ଓଡିଶା ହାଇକୋର୍ଟର ନିର୍ଦ୍ଦେଶ ଅନୁସାରେ ସହରରେ ଶାନ୍ତିପୂର୍ଣ୍ଣ ଭାବେ ଏହି ବନ୍ଦ ପାଳନ ହୋଇଛି । ସକାଳୁ ସକାଳୁ ଦୋକାନ ବଜାର, ପରିବହନ ଓ କାର୍ଯ୍ୟାଳୟ ଗୁଡିକ ସବୁଦିନ ଭଳି ଖୋଲା ରହିଥିଲା । ଆଇନ ଶୃଙ୍ଖଳା ପରିସ୍ଥିତି ଦୃଷ୍ଟିରୁ ସହରରେ ୪ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *