୧୬ରୁ ସ୍ୱର୍ଗଦ୍ୱାରରେ ଶବସତ୍କାର

ପୁରୀ : ୧୬ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ସ୍ୱର୍ଗଦ୍ୱାର । ପୁରୀବାହାର ଜିଲ୍ଲାର ଲୋକଙ୍କୁ ଶବଦାହ କରିବାକୁ ଅନୁମତି । କୋଭିଡ୍ କଟକଣା ମଧ୍ୟରେ ୧୦ ଜଣ ଉପସ୍ଥିତ ରହିପାରିବେ । ମୃତକଙ୍କ କୋଭିଡ୍ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ । ଏହା ସହ ଶନିବାର, ରବିବାର ସଟଡାଉନରେ ମଧ୍ୟ ହୋଇପାରିବ ଶବଦାହ । ଏନେଇ ସୂଚନା ଦେଇଛନ୍ତି ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ । ସଂପ୍ରତି କରୋନା ମହାମାରୀର ଦ୍ୱିତୀୟ ଲହର କାରଣରୁ ସ୍ୱର୍ଗଦ୍ୱାରରେ ଜିଲ୍ଲା ବାହାରର ଲୋକଙ୍କୁ ଶବଦାହ ପାଇଁ ବାରଣ କରାଯାଇଛି । ତେବେ ବର୍ତ୍ତମାନ କୋଭିଡ୍ ସଂକ୍ରମଣରେ ହ୍ରାସ ପରେ ପୁଣିଥରେ ଅନ୍ୟ ଜିଲ୍ଲାର ଲୋକଙ୍କୁ ଶବଦାହ ପାଇଁ ଅନୁମତି ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *