ପୁଣି ବଢ଼ିଲା ତେଲ ଦର: ମାଲକାନଗିରିରେ ୧୦୦ ଟପିଲା ପେଟ୍ରୋଲ

ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ବଢ଼ି ଚାଲିଛି ତେଲ ଦର । ତେଲ କମ୍ପାନୀମାନେ ଆଜି ପୁଣି ଥରେ ଲିଟର ପିଛା ୨୯ ପଇସା ଓ ଡିଜେଲ ଲିଟର ପିଛା ୩୦ରୁ ୩୧ ପଇସା ବୃଦ୍ଧି କରିଛନ୍ତି । ଏହା ଫଳରେ ଦେଶରେ ତେଲଦର ଏକ ନୂଆ ଉଚ୍ଚତାକୁ ଛୁଇଁଛି । ଓଡ଼ିଶାର ମାଲକାନଗିରିରେ ଉଭୟ ପେଟ୍ରୋଲ ଓ ଡିଜେଲ୍ ଦର ଲିଟର ପିଛା ୧୦୦ ଟଙ୍କା ଟପିଛି । ଜିଲ୍ଲାରେ ଏବେ ପେଟ୍ରୋଲ ୧୦୨.୨୩ ଓ ଡିଜେଲ ୧୦୦.୦୧ରେ ବିକ୍ରି ହେଉଛି । ଅନ୍ୟପକ୍ଷରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା  ୯୭.୧୬ରେ ପହଞ୍ଚିଥିବା ବେଳେ ଡିଜେଲ ୯୫.୧୧ରେ ପହଞ୍ଚିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬.୪ ଓ ଡିଜେଲ ଲିଟର ପିଛା ୮୭.୨୮ରେ ବିକ୍ରି ହେଉଛି । ସେହିପରି ମୁମ୍ୱାଇରେ ପେଟ୍ରୋଲ ଲିଟର ପିଛା ୧୦୨.୫୮ ଓ ଡିଜେଲ ଲିଟର ପିଛା ୯୪.୭୦ରେ ବିକ୍ରି ହେଉଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *