ଶନିବାର ଓ ରବିବାର ବନ୍ଦ ରହିବ ଗୋପାଳପୁର ଓ ସୁନାପୁର ସମୂଦ୍ରକୂଳ: ଗଞ୍ଜାମ ଜିଲ୍ଲାପାଳ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ବଢୁଛି । ଫଳରେ ସବୁଠି କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ଗଞ୍ଜାମରେ କରୋନା ସଂକ୍ରମଣ ରୋକିବାକୁ ସତର୍କତାମୂଳକ ପଦକ୍ଷେପ ନିଆଗଲାଣି । ଭିଡ କମାଇବାକୁ କିଛି ପଦକ୍ଷେପ ନିଆଯାଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଜିଲ୍ଲାପାଳ । ଶନିବାର ଓ ରବିବାର ଛୁଟି ଦିନ ଥିବାରୁ ଗୋପାଳପୁର ଓ ସୁନାପୁର ସମୁଦ୍ର ବେଳାଭୂମୀରେ ଭିଡ ହେଉଛି । ଭିଡ କମାଇବାକୁ ଏଣିକି ଶନିବାର ଓ ରବିବାର ବନ୍ଦ ରହିବ ଗୋପାଳପୁର ଓ ସୁନାପୁର ସମୂଦ୍ରକୂଳ । ସେହିପରି ରାମଲିଙ୍ଗେଶ୍ୱର ପାର୍କ ଓ ତାମ୍ପରା ସୋମବାର ଦିନ ବନ୍ଦ ରହିବାକୁ ନିଷ୍ପତ୍ତି ହୋଇଛି । କେବଳ ସେତିକି ନୁହେଁ ମା ତାରିଣୀ ମନ୍ଦିର ମଧ୍ୟ ବୁଧବାର ବନ୍ଦ ରହିବ । ଏହି ନିଷ୍ପତ୍ତିକୁ ସ୍ୱାଗତ କରିବା ସହ ସହ ପାଳନ କରିବାକୁ ଲୋକଙ୍କୁ ଜଣାଇଛନ୍ତି ଜିଲ୍ଲାପାଳ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *